39ତୁମ୍ଭେ ଦ୍ରାକ୍ଷାକ୍ଷେତ୍ର ରୋପି ପ୍ରସ୍ତୁତ କରିବ, ମାତ୍ର ଦ୍ରାକ୍ଷାରସ ପାନ କରିବାକୁ କି ଦ୍ରାକ୍ଷାଫଳ ସଂଗ୍ରହ କରିବାକୁ ପାଇବ ନାହିଁ; କାରଣ ପୋକ ତାହା ଖାଇ ପକାଇବ।
40ତୁମ୍ଭର ସମସ୍ତ ସୀମାରେ ଜୀତବୃକ୍ଷ ହେବ, ମାତ୍ର ତୁମ୍ଭେ ଆପେ ତୈଳ ମର୍ଦ୍ଦନ କରିବାକୁ ପାଇବ ନାହିଁ; କାରଣ ତୁମ୍ଭ ଜୀତବୃକ୍ଷର ଫଳ ଝଡ଼ି ପଡ଼ିବ।
41ତୁମ୍ଭେ ପୁତ୍ର ଓ କନ୍ୟା ଜନ୍ମ କରିବ, ମାତ୍ର ସେମାନେ ତୁମ୍ଭର ହେବେ ନାହିଁ; କାରଣ ସେମାନେ ବନ୍ଦୀ ହୋଇଯିବେ।
42ତୁମ୍ଭର ସମୁଦାୟ ବୃକ୍ଷ ଓ ଭୂମିର ଫଳ ପଙ୍ଗପାଳ ନଷ୍ଟ କରିବ।
43ତୁମ୍ଭ ମଧ୍ୟବର୍ତ୍ତୀ ବିଦେଶୀ ଲୋକ ତୁମ୍ଭଠାରୁ ଆହୁରି ଆହୁରି ଉପରକୁ ଉଠିବ, ମାତ୍ର ତୁମ୍ଭେ ଆହୁରି ଆହୁରି ତଳକୁ ଆସିବ।