ଦ୍ୱିତୀୟ ବିବରଣ 28

ତୁମ୍ଭର ସମୁଦାୟ ବୃକ୍ଷ ଓ ଭୂମିର ଫଳ ପଙ୍ଗପାଳ ନଷ୍ଟ କରିବ।

Deuteronomy 28:42 (UKJV) All your trees and fruit of your land shall the locust consume.

40ତୁମ୍ଭର ସମସ୍ତ ସୀମାରେ ଜୀତବୃକ୍ଷ ହେବ, ମାତ୍ର ତୁମ୍ଭେ ଆପେ ତୈଳ ମର୍ଦ୍ଦନ କରିବାକୁ ପାଇବ ନାହିଁ; କାରଣ ତୁମ୍ଭ ଜୀତବୃକ୍ଷର ଫଳ ଝଡ଼ି ପଡ଼ିବ।

41ତୁମ୍ଭେ ପୁତ୍ର ଓ କନ୍ୟା ଜନ୍ମ କରିବ, ମାତ୍ର ସେମାନେ ତୁମ୍ଭର ହେବେ ନାହିଁ; କାରଣ ସେମାନେ ବନ୍ଦୀ ହୋଇଯିବେ।

42ତୁମ୍ଭର ସମୁଦାୟ ବୃକ୍ଷ ଓ ଭୂମିର ଫଳ ପଙ୍ଗପାଳ ନଷ୍ଟ କରିବ।

43ତୁମ୍ଭ ମଧ୍ୟବର୍ତ୍ତୀ ବିଦେଶୀ ଲୋକ ତୁମ୍ଭଠାରୁ ଆହୁରି ଆହୁରି ଉପରକୁ ଉଠିବ, ମାତ୍ର ତୁମ୍ଭେ ଆହୁରି ଆହୁରି ତଳକୁ ଆସିବ।

44ସେ ତୁମ୍ଭକୁ ଋଣ ଦେବ, ମାତ୍ର ତୁମ୍ଭେ ତାହାକୁ ଋଣ ଦେଇ ପାରିବ ନାହିଁ; ସେ ମସ୍ତକ ହେବ, ତୁମ୍ଭେ ଲାଙ୍ଗୁଳ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.