ଦ୍ୱିତୀୟ ବିବରଣ 28

ଆଉ ସେହି ସବୁ ଅଭିଶାପ ତୁମ୍ଭ ଉପରେ ଓ ଯୁଗାନୁକ୍ରମେ ତୁମ୍ଭ ବଂଶ ଉପରେ ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ସ୍ୱରୂପ ହୋଇ ରହିବ;

Deuteronomy 28:46 (UKJV) And they shall be upon you for a sign and for a wonder, and upon your seed for ever.

44ସେ ତୁମ୍ଭକୁ ଋଣ ଦେବ, ମାତ୍ର ତୁମ୍ଭେ ତାହାକୁ ଋଣ ଦେଇ ପାରିବ ନାହିଁ; ସେ ମସ୍ତକ ହେବ, ତୁମ୍ଭେ ଲାଙ୍ଗୁଳ ହେବ।

45ଆଉ ତୁମ୍ଭେ ବିନଷ୍ଟ ହେବା ପର୍ଯ୍ୟନ୍ତ ଏହିସବୁ ଅଭିଶାପ ତୁମ୍ଭ ଉପରକୁ ଆସିବ, ତୁମ୍ଭ ପଛେ ପଛେ ଗୋଡ଼ାଇବ ଓ ତୁମ୍ଭ ସଙ୍ଗ ଧରିବ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣାର ଯେଉଁ ଯେଉଁ ଆଜ୍ଞା ଓ ବିଧି ତୁମ୍ଭକୁ ଆଜ୍ଞା କଲେ, ତାହା ପାଳନ କରିବା ପାଇଁ ତୁମ୍ଭେ ତାହାଙ୍କ ରବରେ କର୍ଣ୍ଣପାତ କଲ ନାହିଁ।

46ଆଉ ସେହି ସବୁ ଅଭିଶାପ ତୁମ୍ଭ ଉପରେ ଓ ଯୁଗାନୁକ୍ରମେ ତୁମ୍ଭ ବଂଶ ଉପରେ ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ସ୍ୱରୂପ ହୋଇ ରହିବ;

47କାରଣ ତୁମ୍ଭେ ସର୍ବପ୍ରକାର ସମ୍ପତ୍ତି ବହୁଳ ରୂପେ ପାଇଲେ ହେଁ ଆନନ୍ଦରେ ଓ ପ୍ରଫୁଲ୍ଲ ଚିତ୍ତରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ସେବା କଲ ନାହିଁ।

48ଏହେତୁ ସଦାପ୍ରଭୁ ଯେଉଁ ଶତ୍ରୁମାନଙ୍କୁ ତୁମ୍ଭ ବିରୁଦ୍ଧରେ ପଠାଇବେ, ତୁମ୍ଭେ କ୍ଷୁଧାରେ, ତୃଷାରେ, ଉଲଙ୍ଗତାରେ ଓ ସର୍ବପ୍ରକାର ଅଭାବରେ ସେମାନଙ୍କର ଦାସ୍ୟକର୍ମ କରିବ; ଆଉ ଶତ୍ରୁ ତୁମ୍ଭକୁ ବିନଷ୍ଟ କରିବା ପର୍ଯ୍ୟନ୍ତ ତୁମ୍ଭ କାନ୍ଧରେ ଲୁହାର ଯୁଆଳି ଦେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.