ଦ୍ୱିତୀୟ ବିବରଣ 28

ଯେପରି ଉତ୍କ୍ରୋଶ ପକ୍ଷୀ ଉଡ଼େ, ସେପରି ସଦାପ୍ରଭୁ ଦୂରରୁ ପୃଥିବୀର ପ୍ରାନ୍ତରୁ ଏକ ଗୋଷ୍ଠୀକୁ ତୁମ୍ଭ ପ୍ରତିକୂଳରେ ଆଣିବେ; ସେହି ଗୋଷ୍ଠୀର ଭାଷା ତୁମ୍ଭେ ବୁଝି ପାରିବ ନାହିଁ;

Deuteronomy 28:49 (UKJV) The LORD shall bring a nation against you from far, from the end of the earth, as swift as the eagle flies; a nation whose tongue you shall not understand;

47କାରଣ ତୁମ୍ଭେ ସର୍ବପ୍ରକାର ସମ୍ପତ୍ତି ବହୁଳ ରୂପେ ପାଇଲେ ହେଁ ଆନନ୍ଦରେ ଓ ପ୍ରଫୁଲ୍ଲ ଚିତ୍ତରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ସେବା କଲ ନାହିଁ।

48ଏହେତୁ ସଦାପ୍ରଭୁ ଯେଉଁ ଶତ୍ରୁମାନଙ୍କୁ ତୁମ୍ଭ ବିରୁଦ୍ଧରେ ପଠାଇବେ, ତୁମ୍ଭେ କ୍ଷୁଧାରେ, ତୃଷାରେ, ଉଲଙ୍ଗତାରେ ଓ ସର୍ବପ୍ରକାର ଅଭାବରେ ସେମାନଙ୍କର ଦାସ୍ୟକର୍ମ କରିବ; ଆଉ ଶତ୍ରୁ ତୁମ୍ଭକୁ ବିନଷ୍ଟ କରିବା ପର୍ଯ୍ୟନ୍ତ ତୁମ୍ଭ କାନ୍ଧରେ ଲୁହାର ଯୁଆଳି ଦେବ।

49ଯେପରି ଉତ୍କ୍ରୋଶ ପକ୍ଷୀ ଉଡ଼େ, ସେପରି ସଦାପ୍ରଭୁ ଦୂରରୁ ପୃଥିବୀର ପ୍ରାନ୍ତରୁ ଏକ ଗୋଷ୍ଠୀକୁ ତୁମ୍ଭ ପ୍ରତିକୂଳରେ ଆଣିବେ; ସେହି ଗୋଷ୍ଠୀର ଭାଷା ତୁମ୍ଭେ ବୁଝି ପାରିବ ନାହିଁ;

50ସେହି ଗୋଷ୍ଠୀ ଭୟଙ୍କର ବଦନବିଶିଷ୍ଟ, ସେ ବୃଦ୍ଧର ମୁଖାପେକ୍ଷା କରିବ ନାହିଁ, କିଅବା ଯୁବାକୁ ଦୟା କରିବ ନାହିଁ।

51ପୁଣି, ତୁମ୍ଭେ ବିନଷ୍ଟ ହେବା ପର୍ଯ୍ୟନ୍ତ ତୁମ୍ଭ ପଶୁର ଶାବକ ଓ ତୁମ୍ଭ ଭୂମିର ଫଳ ଗ୍ରାସ କରିବ; ମଧ୍ୟ ତୁମ୍ଭେ ସଂହାରିତ ହେବା ପର୍ଯ୍ୟନ୍ତ ସେ ତୁମ୍ଭ ପାଇଁ ଶସ୍ୟ, ଦ୍ରାକ୍ଷାରସ ଅବା ତୈଳ, ତୁମ୍ଭ ଗୋବତ୍ସ ଅବା ମେଷପଲର ଶାବକ ଅବଶିଷ୍ଟ ରଖିବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.