49ଯେପରି ଉତ୍କ୍ରୋଶ ପକ୍ଷୀ ଉଡ଼େ, ସେପରି ସଦାପ୍ରଭୁ ଦୂରରୁ ପୃଥିବୀର ପ୍ରାନ୍ତରୁ ଏକ ଗୋଷ୍ଠୀକୁ ତୁମ୍ଭ ପ୍ରତିକୂଳରେ ଆଣିବେ; ସେହି ଗୋଷ୍ଠୀର ଭାଷା ତୁମ୍ଭେ ବୁଝି ପାରିବ ନାହିଁ;
50ସେହି ଗୋଷ୍ଠୀ ଭୟଙ୍କର ବଦନବିଶିଷ୍ଟ, ସେ ବୃଦ୍ଧର ମୁଖାପେକ୍ଷା କରିବ ନାହିଁ, କିଅବା ଯୁବାକୁ ଦୟା କରିବ ନାହିଁ।
51ପୁଣି, ତୁମ୍ଭେ ବିନଷ୍ଟ ହେବା ପର୍ଯ୍ୟନ୍ତ ତୁମ୍ଭ ପଶୁର ଶାବକ ଓ ତୁମ୍ଭ ଭୂମିର ଫଳ ଗ୍ରାସ କରିବ; ମଧ୍ୟ ତୁମ୍ଭେ ସଂହାରିତ ହେବା ପର୍ଯ୍ୟନ୍ତ ସେ ତୁମ୍ଭ ପାଇଁ ଶସ୍ୟ, ଦ୍ରାକ୍ଷାରସ ଅବା ତୈଳ, ତୁମ୍ଭ ଗୋବତ୍ସ ଅବା ମେଷପଲର ଶାବକ ଅବଶିଷ୍ଟ ରଖିବ ନାହିଁ।
52ଆଉ ତୁମ୍ଭର ସମୁଦାୟ ଦେଶସ୍ଥ ଯେଉଁ ସମସ୍ତ ଉଚ୍ଚ ଓ ଦୁର୍ଗମ ପ୍ରାଚୀରରେ ତୁମ୍ଭେ ଭରସା ରଖିଲ, ତାହାସବୁ ପତିତ ହେବା ପର୍ଯ୍ୟନ୍ତ ସେ ତୁମ୍ଭର ସମସ୍ତ ନଗର-ଦ୍ୱାରରେ ତୁମ୍ଭକୁ ଅବରୋଧ କରିବ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେଇଅଛନ୍ତି, ତହିଁର ସମସ୍ତ ନଗର-ଦ୍ୱାରରେ ସେ ତୁମ୍ଭକୁ ଅବରୋଧ କରିବ।
53ଅବରୋଧ କାଳେ ଓ ତୁମ୍ଭ ଶତ୍ରୁମାନେ ତୁମ୍ଭକୁ ଯେଉଁ ବିପଦରେ ପକାଇବେ, ସେହି ସମୟରେ ତୁମ୍ଭେ ନିଜ ଶରୀରର ଫଳ, ଅର୍ଥାତ୍, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦତ୍ତ ନିଜ ପୁତ୍ର ଓ ନିଜ କନ୍ୟାମାନଙ୍କ ମାଂସ ଖାଇବ।