51ପୁଣି, ତୁମ୍ଭେ ବିନଷ୍ଟ ହେବା ପର୍ଯ୍ୟନ୍ତ ତୁମ୍ଭ ପଶୁର ଶାବକ ଓ ତୁମ୍ଭ ଭୂମିର ଫଳ ଗ୍ରାସ କରିବ; ମଧ୍ୟ ତୁମ୍ଭେ ସଂହାରିତ ହେବା ପର୍ଯ୍ୟନ୍ତ ସେ ତୁମ୍ଭ ପାଇଁ ଶସ୍ୟ, ଦ୍ରାକ୍ଷାରସ ଅବା ତୈଳ, ତୁମ୍ଭ ଗୋବତ୍ସ ଅବା ମେଷପଲର ଶାବକ ଅବଶିଷ୍ଟ ରଖିବ ନାହିଁ।
52ଆଉ ତୁମ୍ଭର ସମୁଦାୟ ଦେଶସ୍ଥ ଯେଉଁ ସମସ୍ତ ଉଚ୍ଚ ଓ ଦୁର୍ଗମ ପ୍ରାଚୀରରେ ତୁମ୍ଭେ ଭରସା ରଖିଲ, ତାହାସବୁ ପତିତ ହେବା ପର୍ଯ୍ୟନ୍ତ ସେ ତୁମ୍ଭର ସମସ୍ତ ନଗର-ଦ୍ୱାରରେ ତୁମ୍ଭକୁ ଅବରୋଧ କରିବ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେଇଅଛନ୍ତି, ତହିଁର ସମସ୍ତ ନଗର-ଦ୍ୱାରରେ ସେ ତୁମ୍ଭକୁ ଅବରୋଧ କରିବ।
53ଅବରୋଧ କାଳେ ଓ ତୁମ୍ଭ ଶତ୍ରୁମାନେ ତୁମ୍ଭକୁ ଯେଉଁ ବିପଦରେ ପକାଇବେ, ସେହି ସମୟରେ ତୁମ୍ଭେ ନିଜ ଶରୀରର ଫଳ, ଅର୍ଥାତ୍, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦତ୍ତ ନିଜ ପୁତ୍ର ଓ ନିଜ କନ୍ୟାମାନଙ୍କ ମାଂସ ଖାଇବ।
54ସେହି ସମୟରେ ତୁମ୍ଭମାନଙ୍କ ମଧ୍ୟରେ ଥିବା ଲୋକ କୋମଳ ଓ ଅତି ସୁକୁମାର ଆପଣା ଭାଇ ପ୍ରତି ଓ ଆପଣା ବକ୍ଷଃସ୍ଥାୟିନୀ ଭାର୍ଯ୍ୟା ପ୍ରତି ଓ ଆପଣାର ଅବଶିଷ୍ଟ ରହିଥିବା ସନ୍ତାନମାନଙ୍କ ପ୍ରତି ଏପରି କୁଦୃଷ୍ଟି କରିବ,
55ଯେ ତାହାର କିଛିମାତ୍ର ନ ଥିବାରୁ ସେ ଆପଣାର ଯେଉଁ ସନ୍ତାନର ମାଂସ ଖାଇବ, ତହିଁରୁ ସେମାନଙ୍କର କାହାରିକୁ କିଛି ଦେବ ନାହିଁ।