ଦ୍ୱିତୀୟ ବିବରଣ 28

ଯେ ତାହାର କିଛିମାତ୍ର ନ ଥିବାରୁ ସେ ଆପଣାର ଯେଉଁ ସନ୍ତାନର ମାଂସ ଖାଇବ, ତହିଁରୁ ସେମାନଙ୍କର କାହାରିକୁ କିଛି ଦେବ ନାହିଁ।

Deuteronomy 28:55 (UKJV) So that he will not give to any of them of the flesh of his children whom he shall eat: because he has nothing left him in the siege, and in the strictness, wherewith yours enemies shall distress you in all your gates.

53ଅବରୋଧ କାଳେ ଓ ତୁମ୍ଭ ଶତ୍ରୁମାନେ ତୁମ୍ଭକୁ ଯେଉଁ ବିପଦରେ ପକାଇବେ, ସେହି ସମୟରେ ତୁମ୍ଭେ ନିଜ ଶରୀରର ଫଳ, ଅର୍ଥାତ୍‍, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦତ୍ତ ନିଜ ପୁତ୍ର ଓ ନିଜ କନ୍ୟାମାନଙ୍କ ମାଂସ ଖାଇବ।

54ସେହି ସମୟରେ ତୁମ୍ଭମାନଙ୍କ ମଧ୍ୟରେ ଥିବା ଲୋକ କୋମଳ ଓ ଅତି ସୁକୁମାର ଆପଣା ଭାଇ ପ୍ରତି ଓ ଆପଣା ବକ୍ଷଃସ୍ଥାୟିନୀ ଭାର୍ଯ୍ୟା ପ୍ରତି ଓ ଆପଣାର ଅବଶିଷ୍ଟ ରହିଥିବା ସନ୍ତାନମାନଙ୍କ ପ୍ରତି ଏପରି କୁଦୃଷ୍ଟି କରିବ,

55ଯେ ତାହାର କିଛିମାତ୍ର ନ ଥିବାରୁ ସେ ଆପଣାର ଯେଉଁ ସନ୍ତାନର ମାଂସ ଖାଇବ, ତହିଁରୁ ସେମାନଙ୍କର କାହାରିକୁ କିଛି ଦେବ ନାହିଁ।

56ଅବରୋଧ କାଳେ ଓ ଶତ୍ରୁ ତୁମ୍ଭ ନଗରଦ୍ୱାରମାନଙ୍କରେ ତୁମ୍ଭକୁ ଯେଉଁ ବିପଦରେ ପକାଇବ, ସେହି ବିପଦରେ ତୁମ୍ଭମାନଙ୍କ ମଧ୍ୟବର୍ତ୍ତିନୀ ଯେଉଁ କୋମଳାଙ୍ଗୀ ଓ ସୁକୁମାରୀ ସ୍ତ୍ରୀ ଆପଣା ସୁକୁମାରତା ଓ କୋମଳତା ସକାଶୁ ଆପଣା ତଳିପା ଭୂମିରେ ରଖିବାକୁ ସାହାସ ନାହିଁ, ସେ ଆପଣା ବକ୍ଷସ୍ଥାୟୀ ସ୍ୱାମୀ ପ୍ରତି ଓ ଆପଣା ପୁତ୍ର ପ୍ରତି ଓ ଆପଣା କନ୍ୟା ପ୍ରତି କୁଦୃଷ୍ଟି କରିବ;

57ଆହୁରି ଆପଣା ଦୁଇ ପାଦ ମଧ୍ୟରୁ ନିର୍ଗତ ଗର୍ଭପୁଷ୍ପ ପ୍ରତି ଓ ଆପଣା ଜନ୍ମ କରିଥିବା ସନ୍ତାନମାନଙ୍କ ପ୍ରତି (କୁଦୃଷ୍ଟି କରିବ), କାରଣ ସବୁ ବିଷୟର ଅଭାବ ସକାଶୁ ସେ ସେମାନଙ୍କୁ ଗୋପନରେ ଖାଇବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.