57ଆହୁରି ଆପଣା ଦୁଇ ପାଦ ମଧ୍ୟରୁ ନିର୍ଗତ ଗର୍ଭପୁଷ୍ପ ପ୍ରତି ଓ ଆପଣା ଜନ୍ମ କରିଥିବା ସନ୍ତାନମାନଙ୍କ ପ୍ରତି (କୁଦୃଷ୍ଟି କରିବ), କାରଣ ସବୁ ବିଷୟର ଅଭାବ ସକାଶୁ ସେ ସେମାନଙ୍କୁ ଗୋପନରେ ଖାଇବ।
58“ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ଏହି ଗୌରବମୟ ଓ ଭୟଙ୍କର ନାମକୁ ଭୟ କରିବା ପାଇଁ ଯଦି ଏହି ପୁସ୍ତକରେ ଲିଖିତ ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗ ନ କରିବ;
59ତେବେ ସଦାପ୍ରଭୁ ତୁମ୍ଭର ଆଘାତ ଓ ତୁମ୍ଭ ବଂଶର ଆଘାତ, ଅର୍ଥାତ୍, ମହତ୍ ଓ ଚିରସ୍ଥାୟୀ ଆଘାତ, ପୁଣି ବ୍ୟଥାଜନକ ଓ ଚିରସ୍ଥାୟୀ ରୋଗ ଆଶ୍ଚର୍ଯ୍ୟ ରୂପ କରିବେ।
60ପୁଣି ତୁମ୍ଭେ ଯେଉଁ ମିସରୀୟ ମହାବ୍ୟାଧି ବିଷୟରେ ଭୀତ ହେଲ, ତାହାସବୁ ସେ ପୁନର୍ବାର ତୁମ୍ଭ ପ୍ରତି ଘଟାଇବେ; ତାହାସବୁ ତୁମ୍ଭଠାରେ ଲାଗି ରହିବ।
61ମଧ୍ୟ ଏହି ବ୍ୟବସ୍ଥା-ପୁସ୍ତକରେ ଲେଖା ନ ଥିବା ସମସ୍ତ ରୋଗ ଓ ଆଘାତ ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭ ପ୍ରତି ଘଟାଇବେ।