ଦ୍ୱିତୀୟ ବିବରଣ 28

ତୁମ୍ଭେ ଗୃହକୁ ଆସିବା ବେଳେ ଧନ୍ୟ ଓ ଗୃହରୁ ବାହାରେ ଯିବା ବେଳେ ଧନ୍ୟ ହେବ।

Deuteronomy 28:6 (UKJV) Blessed shall you be when you come in, and blessed shall you be when you go out.

4ତୁମ୍ଭ ଶରୀରର ଫଳ, ତୁମ୍ଭ ଭୂମିର ଫଳ ଓ ତୁମ୍ଭ ପଶୁର ଫଳ, ଅର୍ଥାତ୍‍, ଗୋବତ୍ସ ଓ ମେଷପଲର ଶାବକ ଧନ୍ୟ ହେବ।

5ତୁମ୍ଭ ଚାଙ୍ଗୁଡ଼ି ଓ ମଇଦା ଦଳିବା ପାତ୍ର ଧନ୍ୟ ହେବ।

6ତୁମ୍ଭେ ଗୃହକୁ ଆସିବା ବେଳେ ଧନ୍ୟ ଓ ଗୃହରୁ ବାହାରେ ଯିବା ବେଳେ ଧନ୍ୟ ହେବ।

7ସଦାପ୍ରଭୁ ତୁମ୍ଭ ବିରୁଦ୍ଧରେ ଉଠିବା ଶତ୍ରୁମାନଙ୍କୁ ତୁମ୍ଭ ଆଗେ ଆଗେ ପରାସ୍ତ କରାଇବେ; ସେମାନେ ଏକ ପଥ ଦେଇ ତୁମ୍ଭ ବିରୁଦ୍ଧରେ ଆସିବେ, ମାତ୍ର ସାତ ପଥ ଦେଇ ତୁମ୍ଭ ସମ୍ମୁଖରୁ ପଳାଇବେ।

8ସଦାପ୍ରଭୁ ତୁମ୍ଭ ଅମାରରେ ଓ ଯେଉଁ ଯେଉଁ କର୍ମରେ ତୁମ୍ଭେ ହସ୍ତ ଦେବ, ସେହି ସବୁରେ ଆଶୀର୍ବାଦପ୍ରାପ୍ତି ଆଜ୍ଞା କରିବେ; ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତହିଁରେ ସେ ତୁମ୍ଭକୁ ଆଶୀର୍ବାଦ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.