ଦ୍ୱିତୀୟ ବିବରଣ 28

ପୁଣି ତୁମ୍ଭେ ଯେଉଁ ମିସରୀୟ ମହାବ୍ୟାଧି ବିଷୟରେ ଭୀତ ହେଲ, ତାହାସବୁ ସେ ପୁନର୍ବାର ତୁମ୍ଭ ପ୍ରତି ଘଟାଇବେ; ତାହାସବୁ ତୁମ୍ଭଠାରେ ଲାଗି ରହିବ।

Deuteronomy 28:60 (UKJV) Moreover he will bring upon you all the diseases of Egypt, which you were afraid of; and they shall cleave unto you.

58“ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ଏହି ଗୌରବମୟ ଓ ଭୟଙ୍କର ନାମକୁ ଭୟ କରିବା ପାଇଁ ଯଦି ଏହି ପୁସ୍ତକରେ ଲିଖିତ ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗ ନ କରିବ;

59ତେବେ ସଦାପ୍ରଭୁ ତୁମ୍ଭର ଆଘାତ ଓ ତୁମ୍ଭ ବଂଶର ଆଘାତ, ଅର୍ଥାତ୍‍, ମହତ୍ ଓ ଚିରସ୍ଥାୟୀ ଆଘାତ, ପୁଣି ବ୍ୟଥାଜନକ ଓ ଚିରସ୍ଥାୟୀ ରୋଗ ଆଶ୍ଚର୍ଯ୍ୟ ରୂପ କରିବେ।

60ପୁଣି ତୁମ୍ଭେ ଯେଉଁ ମିସରୀୟ ମହାବ୍ୟାଧି ବିଷୟରେ ଭୀତ ହେଲ, ତାହାସବୁ ସେ ପୁନର୍ବାର ତୁମ୍ଭ ପ୍ରତି ଘଟାଇବେ; ତାହାସବୁ ତୁମ୍ଭଠାରେ ଲାଗି ରହିବ।

61ମଧ୍ୟ ଏହି ବ୍ୟବସ୍ଥା-ପୁସ୍ତକରେ ଲେଖା ନ ଥିବା ସମସ୍ତ ରୋଗ ଓ ଆଘାତ ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭ ପ୍ରତି ଘଟାଇବେ।

62ତହିଁରେ ତୁମ୍ଭେମାନେ ବହୁସଂଖ୍ୟକ ସକାଶୁ ଆକାଶର ତାରାଗଣ ପରି ହେଲେ ମଧ୍ୟ ଅଳ୍ପସଂଖ୍ୟକ ହୋଇ ରହିବ; ଯେହେତୁ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ କର୍ଣ୍ଣପାତ କଲ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.