59ତେବେ ସଦାପ୍ରଭୁ ତୁମ୍ଭର ଆଘାତ ଓ ତୁମ୍ଭ ବଂଶର ଆଘାତ, ଅର୍ଥାତ୍, ମହତ୍ ଓ ଚିରସ୍ଥାୟୀ ଆଘାତ, ପୁଣି ବ୍ୟଥାଜନକ ଓ ଚିରସ୍ଥାୟୀ ରୋଗ ଆଶ୍ଚର୍ଯ୍ୟ ରୂପ କରିବେ।
60ପୁଣି ତୁମ୍ଭେ ଯେଉଁ ମିସରୀୟ ମହାବ୍ୟାଧି ବିଷୟରେ ଭୀତ ହେଲ, ତାହାସବୁ ସେ ପୁନର୍ବାର ତୁମ୍ଭ ପ୍ରତି ଘଟାଇବେ; ତାହାସବୁ ତୁମ୍ଭଠାରେ ଲାଗି ରହିବ।
61ମଧ୍ୟ ଏହି ବ୍ୟବସ୍ଥା-ପୁସ୍ତକରେ ଲେଖା ନ ଥିବା ସମସ୍ତ ରୋଗ ଓ ଆଘାତ ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭ ପ୍ରତି ଘଟାଇବେ।
62ତହିଁରେ ତୁମ୍ଭେମାନେ ବହୁସଂଖ୍ୟକ ସକାଶୁ ଆକାଶର ତାରାଗଣ ପରି ହେଲେ ମଧ୍ୟ ଅଳ୍ପସଂଖ୍ୟକ ହୋଇ ରହିବ; ଯେହେତୁ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ କର୍ଣ୍ଣପାତ କଲ ନାହିଁ।
63ଆହୁରି ଏହିପରି ଘଟିବ ଯେ, ତୁମ୍ଭମାନଙ୍କର ମଙ୍ଗଳ କରିବା ପାଇଁ ଓ ତୁମ୍ଭମାନଙ୍କୁ ବହୁସଂଖ୍ୟକ କରିବା ପାଇଁ ସଦାପ୍ରଭୁ ଯେପରି ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହୋଇଥିଲେ, ସେହିପରି ତୁମ୍ଭମାନଙ୍କର ବିନାଶ କରିବା ପାଇଁ ଓ ତୁମ୍ଭମାନଙ୍କୁ ଲୋପ କରିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହେବେ। ତହିଁରେ ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁରୁ ଉତ୍ପାଟିତ ହେବ।