61ମଧ୍ୟ ଏହି ବ୍ୟବସ୍ଥା-ପୁସ୍ତକରେ ଲେଖା ନ ଥିବା ସମସ୍ତ ରୋଗ ଓ ଆଘାତ ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭ ପ୍ରତି ଘଟାଇବେ।
62ତହିଁରେ ତୁମ୍ଭେମାନେ ବହୁସଂଖ୍ୟକ ସକାଶୁ ଆକାଶର ତାରାଗଣ ପରି ହେଲେ ମଧ୍ୟ ଅଳ୍ପସଂଖ୍ୟକ ହୋଇ ରହିବ; ଯେହେତୁ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ କର୍ଣ୍ଣପାତ କଲ ନାହିଁ।
63ଆହୁରି ଏହିପରି ଘଟିବ ଯେ, ତୁମ୍ଭମାନଙ୍କର ମଙ୍ଗଳ କରିବା ପାଇଁ ଓ ତୁମ୍ଭମାନଙ୍କୁ ବହୁସଂଖ୍ୟକ କରିବା ପାଇଁ ସଦାପ୍ରଭୁ ଯେପରି ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହୋଇଥିଲେ, ସେହିପରି ତୁମ୍ଭମାନଙ୍କର ବିନାଶ କରିବା ପାଇଁ ଓ ତୁମ୍ଭମାନଙ୍କୁ ଲୋପ କରିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହେବେ। ତହିଁରେ ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁରୁ ଉତ୍ପାଟିତ ହେବ।
64ପୁଣି, ସଦାପ୍ରଭୁ ପୃଥିବୀର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ସମସ୍ତ ଗୋଷ୍ଠୀ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିବେ; ଆଉ ସେଠାରେ ତୁମ୍ଭେ ଆପଣାର ଓ ଆପଣା ପୂର୍ବପୁରୁଷଗଣର ଅଜ୍ଞାତ କାଷ୍ଠ ଓ ପ୍ରସ୍ତରମୟ ଅନ୍ୟ ଦେବତାଗଣର ସେବା କରିବ।
65ତୁମ୍ଭେ ସେହି ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟରେ କିଛି ସୁଖ ପାଇବ ନାହିଁ ଓ ସେଠାରେ ତୁମ୍ଭ ତଳିପାର କିଛି ବିଶ୍ରାମ ହେବ ନାହିଁ; ମାତ୍ର ସଦାପ୍ରଭୁ ସେଠାରେ ତୁମ୍ଭକୁ ହୃତ୍କମ୍ପ, ଚକ୍ଷୁକ୍ଷୀଣତା ଓ ପ୍ରାଣବ୍ୟଥା ଦେବେ।