ଦ୍ୱିତୀୟ ବିବରଣ 28

ତୁମ୍ଭେ ସେହି ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟରେ କିଛି ସୁଖ ପାଇବ ନାହିଁ ଓ ସେଠାରେ ତୁମ୍ଭ ତଳିପାର କିଛି ବିଶ୍ରାମ ହେବ ନାହିଁ; ମାତ୍ର ସଦାପ୍ରଭୁ ସେଠାରେ ତୁମ୍ଭକୁ ହୃତ୍‍କମ୍ପ, ଚକ୍ଷୁକ୍ଷୀଣତା ଓ ପ୍ରାଣବ୍ୟଥା ଦେବେ।

Deuteronomy 28:65 (UKJV) And among these nations shall you find no ease, neither shall the sole of your foot have rest: but the LORD shall give you there a trembling heart, and failing of eyes, and sorrow of mind:

63ଆହୁରି ଏହିପରି ଘଟିବ ଯେ, ତୁମ୍ଭମାନଙ୍କର ମଙ୍ଗଳ କରିବା ପାଇଁ ଓ ତୁମ୍ଭମାନଙ୍କୁ ବହୁସଂଖ୍ୟକ କରିବା ପାଇଁ ସଦାପ୍ରଭୁ ଯେପରି ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହୋଇଥିଲେ, ସେହିପରି ତୁମ୍ଭମାନଙ୍କର ବିନାଶ କରିବା ପାଇଁ ଓ ତୁମ୍ଭମାନଙ୍କୁ ଲୋପ କରିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହେବେ। ତହିଁରେ ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁରୁ ଉତ୍ପାଟିତ ହେବ।

64ପୁଣି, ସଦାପ୍ରଭୁ ପୃଥିବୀର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ସମସ୍ତ ଗୋଷ୍ଠୀ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିବେ; ଆଉ ସେଠାରେ ତୁମ୍ଭେ ଆପଣାର ଓ ଆପଣା ପୂର୍ବପୁରୁଷଗଣର ଅଜ୍ଞାତ କାଷ୍ଠ ଓ ପ୍ରସ୍ତରମୟ ଅନ୍ୟ ଦେବତାଗଣର ସେବା କରିବ।

65ତୁମ୍ଭେ ସେହି ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟରେ କିଛି ସୁଖ ପାଇବ ନାହିଁ ଓ ସେଠାରେ ତୁମ୍ଭ ତଳିପାର କିଛି ବିଶ୍ରାମ ହେବ ନାହିଁ; ମାତ୍ର ସଦାପ୍ରଭୁ ସେଠାରେ ତୁମ୍ଭକୁ ହୃତ୍‍କମ୍ପ, ଚକ୍ଷୁକ୍ଷୀଣତା ଓ ପ୍ରାଣବ୍ୟଥା ଦେବେ।

66ତୁମ୍ଭ ଜୀବନ ତୁମ୍ଭ ସାକ୍ଷାତରେ ସଂଶୟରେ ଦୋହଲିବ ପୁଣି, ତୁମ୍ଭେ ରାତି ଓ ଦିନ ଆଶଙ୍କା କରିବ ଓ ତୁମ୍ଭ ଜୀବନ ଉପରେ ତୁମ୍ଭେ ନିର୍ଭର କରି ପାରିବ ନାହିଁ;

67ତୁମ୍ଭେ ଯେଉଁ ଆଶଙ୍କା କରିବ, ତୁମ୍ଭ ହୃଦୟର ସେହି ଆଶଙ୍କା ସକାଶୁ ଓ ତୁମ୍ଭେ ଯାହା ଦେଖିବ, ତୁମ୍ଭ ଚକ୍ଷୁର ସେହି ଦର୍ଶନ ସକାଶୁ ସକାଳ ହେଲେ ତୁମ୍ଭେ କହିବ, ‘ଆହା, ସନ୍ଧ୍ୟା ହୁଅନ୍ତା କି!’ ପୁଣି ସନ୍ଧ୍ୟା ହେଲେ ତୁମ୍ଭେ କହିବ, ‘ଆହା, ସକାଳ ହୁଅନ୍ତା କି!’

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.