64ପୁଣି, ସଦାପ୍ରଭୁ ପୃଥିବୀର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ସମସ୍ତ ଗୋଷ୍ଠୀ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିବେ; ଆଉ ସେଠାରେ ତୁମ୍ଭେ ଆପଣାର ଓ ଆପଣା ପୂର୍ବପୁରୁଷଗଣର ଅଜ୍ଞାତ କାଷ୍ଠ ଓ ପ୍ରସ୍ତରମୟ ଅନ୍ୟ ଦେବତାଗଣର ସେବା କରିବ।
65ତୁମ୍ଭେ ସେହି ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟରେ କିଛି ସୁଖ ପାଇବ ନାହିଁ ଓ ସେଠାରେ ତୁମ୍ଭ ତଳିପାର କିଛି ବିଶ୍ରାମ ହେବ ନାହିଁ; ମାତ୍ର ସଦାପ୍ରଭୁ ସେଠାରେ ତୁମ୍ଭକୁ ହୃତ୍କମ୍ପ, ଚକ୍ଷୁକ୍ଷୀଣତା ଓ ପ୍ରାଣବ୍ୟଥା ଦେବେ।
66ତୁମ୍ଭ ଜୀବନ ତୁମ୍ଭ ସାକ୍ଷାତରେ ସଂଶୟରେ ଦୋହଲିବ ପୁଣି, ତୁମ୍ଭେ ରାତି ଓ ଦିନ ଆଶଙ୍କା କରିବ ଓ ତୁମ୍ଭ ଜୀବନ ଉପରେ ତୁମ୍ଭେ ନିର୍ଭର କରି ପାରିବ ନାହିଁ;
67ତୁମ୍ଭେ ଯେଉଁ ଆଶଙ୍କା କରିବ, ତୁମ୍ଭ ହୃଦୟର ସେହି ଆଶଙ୍କା ସକାଶୁ ଓ ତୁମ୍ଭେ ଯାହା ଦେଖିବ, ତୁମ୍ଭ ଚକ୍ଷୁର ସେହି ଦର୍ଶନ ସକାଶୁ ସକାଳ ହେଲେ ତୁମ୍ଭେ କହିବ, ‘ଆହା, ସନ୍ଧ୍ୟା ହୁଅନ୍ତା କି!’ ପୁଣି ସନ୍ଧ୍ୟା ହେଲେ ତୁମ୍ଭେ କହିବ, ‘ଆହା, ସକାଳ ହୁଅନ୍ତା କି!’
68ଆଉ ଯେଉଁ ପଥ ବିଷୟରେ ମୁଁ ତୁମ୍ଭକୁ କହିଲି ଯେ, ‘ତୁମ୍ଭେ ଆଉ ତାହା ଦେଖିବ ନାହିଁ,’ ସଦାପ୍ରଭୁ ସେହି ପଥ ଦେଇ ଜାହାଜରେ ପୁନର୍ବାର ମିସରକୁ ତୁମ୍ଭକୁ ଆଣିବେ; ପୁଣି, ସେଠାରେ ତୁମ୍ଭେମାନେ ଆପଣା ଶତ୍ରୁମାନଙ୍କ ହସ୍ତରେ ଆପଣା ଆପଣାକୁ ଦାସ ଓ ଦାସୀ ରୂପେ ବିକିବ, ମାତ୍ର କେହି ତୁମ୍ଭମାନଙ୍କୁ କିଣିବ ନାହିଁ।”