5ତୁମ୍ଭ ଚାଙ୍ଗୁଡ଼ି ଓ ମଇଦା ଦଳିବା ପାତ୍ର ଧନ୍ୟ ହେବ।
6ତୁମ୍ଭେ ଗୃହକୁ ଆସିବା ବେଳେ ଧନ୍ୟ ଓ ଗୃହରୁ ବାହାରେ ଯିବା ବେଳେ ଧନ୍ୟ ହେବ।
7ସଦାପ୍ରଭୁ ତୁମ୍ଭ ବିରୁଦ୍ଧରେ ଉଠିବା ଶତ୍ରୁମାନଙ୍କୁ ତୁମ୍ଭ ଆଗେ ଆଗେ ପରାସ୍ତ କରାଇବେ; ସେମାନେ ଏକ ପଥ ଦେଇ ତୁମ୍ଭ ବିରୁଦ୍ଧରେ ଆସିବେ, ମାତ୍ର ସାତ ପଥ ଦେଇ ତୁମ୍ଭ ସମ୍ମୁଖରୁ ପଳାଇବେ।
8ସଦାପ୍ରଭୁ ତୁମ୍ଭ ଅମାରରେ ଓ ଯେଉଁ ଯେଉଁ କର୍ମରେ ତୁମ୍ଭେ ହସ୍ତ ଦେବ, ସେହି ସବୁରେ ଆଶୀର୍ବାଦପ୍ରାପ୍ତି ଆଜ୍ଞା କରିବେ; ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତହିଁରେ ସେ ତୁମ୍ଭକୁ ଆଶୀର୍ବାଦ କରିବେ।
9ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞା ପାଳନ ଓ ତାହାଙ୍କ ପଥରେ ଗମନ କଲେ, ସଦାପ୍ରଭୁ ଆପଣା ଶପଥ ଅନୁସାରେ ତୁମ୍ଭକୁ ଆପଣା ପବିତ୍ର ଲୋକ କରି ସ୍ଥାପନ କରିବେ।