1ସଦାପ୍ରଭୁ ହୋରେବରେ ଇସ୍ରାଏଲ-ସନ୍ତାନଗଣ ସହିତ ଯେଉଁ ନିୟମ କରିଥିଲେ, ତାହା ଛଡ଼ା ମୋୟାବ ଦେଶରେ ସେମାନଙ୍କ ସହିତ ଯେଉଁ ନିୟମ କରିବାକୁ ମୋଶାଙ୍କୁ ଆଜ୍ଞା ଦେଲେ, ସେହି ନିୟମର କଥା ଏହି।
2ଏଥିଉତ୍ତାରେ ମୋଶା ସମସ୍ତ ଇସ୍ରାଏଲଙ୍କୁ ଡାକି ସେମାନଙ୍କୁ କହିଲେ, ସଦାପ୍ରଭୁ ମିସର ଦେଶରେ ଫାରୋଙ୍କ ପ୍ରତି ଓ ତାଙ୍କ ସମସ୍ତ ଦାସ ପ୍ରତି ଓ ତାଙ୍କ ଦେଶ ପ୍ରତି ଯେଉଁସବୁ କର୍ମ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ କରିଥିଲେ, ତାହାସବୁ ତୁମ୍ଭେମାନେ ଦେଖିଅଛ,
3ସେହି ମହା ମହା ପରଖ, ଚିହ୍ନ ଓ ମହତ୍ ଆଶ୍ଚର୍ଯ୍ୟ-କର୍ମସକଳ ତୁମ୍ଭର ଚକ୍ଷୁ ଦେଖିଅଛି,