10ସଦାପ୍ରଭୁ ତୁମ୍ଭକୁ ଯେପରି କହିଅଛନ୍ତି ଓ ତୁମ୍ଭ ପୂର୍ବପୁରୁଷ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ପ୍ରତି ଯେପରି ଶପଥ କରିଅଛନ୍ତି, ତଦନୁସାରେ ସେ ଯେପରି ଆଜି ତୁମ୍ଭକୁ ଆପଣା ଲୋକ ରୂପେ ସ୍ଥାପନ କରନ୍ତି ଓ ତୁମ୍ଭର ପରମେଶ୍ୱର ହୁଅନ୍ତି;
11ପୁଣି, ଯେଉଁ ନିୟମ ଓ ଯେଉଁ ଶପଥ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆଜି ତୁମ୍ଭ ସଙ୍ଗେ ସ୍ଥିର କରିବେ, ତୁମ୍ଭେ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସହିତ ତାହା ସ୍ଥିର କରିବ,
12ଏଥିପାଇଁ ତୁମ୍ଭମାନଙ୍କ ପ୍ରଧାନମାନେ, ତୁମ୍ଭମାନଙ୍କ ବଂଶସମୂହ, ତୁମ୍ଭମାନଙ୍କ ପ୍ରାଚୀନଗଣ ଓ ତୁମ୍ଭମାନଙ୍କ ଅଧ୍ୟକ୍ଷଗଣ, ଇସ୍ରାଏଲର ସମସ୍ତ ପୁରୁଷ, ତୁମ୍ଭମାନଙ୍କ ବାଳକଗଣ, ତୁମ୍ଭମାନଙ୍କ ଭାର୍ଯ୍ୟାଗଣ
13ଓ ତୁମ୍ଭ ଛାଉଣିରେ ଥିବା ବିଦେଶୀ, ତୁମ୍ଭ କାଠକଟାଳୀଠାରୁ ତୁମ୍ଭ ଜଳକଢ଼ାଳୀ ପର୍ଯ୍ୟନ୍ତ, ଏପରି ତୁମ୍ଭେ ସମସ୍ତେ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଛିଡ଼ା ହେଉଅଛ।
14ଆଉ ମୁଁ ଏହି ନିୟମ ଓ ଶପଥ କେବଳ ତୁମ୍ଭମାନଙ୍କ ସହିତ କରୁ ନାହିଁ;