12ଏଥିପାଇଁ ତୁମ୍ଭମାନଙ୍କ ପ୍ରଧାନମାନେ, ତୁମ୍ଭମାନଙ୍କ ବଂଶସମୂହ, ତୁମ୍ଭମାନଙ୍କ ପ୍ରାଚୀନଗଣ ଓ ତୁମ୍ଭମାନଙ୍କ ଅଧ୍ୟକ୍ଷଗଣ, ଇସ୍ରାଏଲର ସମସ୍ତ ପୁରୁଷ, ତୁମ୍ଭମାନଙ୍କ ବାଳକଗଣ, ତୁମ୍ଭମାନଙ୍କ ଭାର୍ଯ୍ୟାଗଣ
13ଓ ତୁମ୍ଭ ଛାଉଣିରେ ଥିବା ବିଦେଶୀ, ତୁମ୍ଭ କାଠକଟାଳୀଠାରୁ ତୁମ୍ଭ ଜଳକଢ଼ାଳୀ ପର୍ଯ୍ୟନ୍ତ, ଏପରି ତୁମ୍ଭେ ସମସ୍ତେ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଛିଡ଼ା ହେଉଅଛ।
14ଆଉ ମୁଁ ଏହି ନିୟମ ଓ ଶପଥ କେବଳ ତୁମ୍ଭମାନଙ୍କ ସହିତ କରୁ ନାହିଁ;
15ମାତ୍ର ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଆମ୍ଭମାନଙ୍କ ସଙ୍ଗେ ଆଜି ଏଠାରେ ଯେଉଁ ଲୋକ ଛିଡ଼ା ହେଉଅଛି, ଆଉ ମଧ୍ୟ ଯେଉଁ ଲୋକ ଏଠାରେ ନାହିଁ, (ସେ ସମସ୍ତଙ୍କ ସଙ୍ଗେ ମୁଁ ଏହି ନିୟମ କରୁଅଛି)।
16କାରଣ ଆମ୍ଭେମାନେ ମିସର ଦେଶରେ ଯେପରି ବାସ କଲୁ, ଆଉ ତୁମ୍ଭେମାନେ ଯେଉଁ ଦେଶୀୟ ଲୋକମାନଙ୍କୁ ପାର ହୋଇ ଆସିଅଛ, ସେମାନଙ୍କ ମଧ୍ୟଦେଇ ଆମ୍ଭେମାନେ ଯେପରି ଆସିଲୁ, ତାହା ତୁମ୍ଭେମାନେ ଜାଣ;