14ଆଉ ମୁଁ ଏହି ନିୟମ ଓ ଶପଥ କେବଳ ତୁମ୍ଭମାନଙ୍କ ସହିତ କରୁ ନାହିଁ;
15ମାତ୍ର ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଆମ୍ଭମାନଙ୍କ ସଙ୍ଗେ ଆଜି ଏଠାରେ ଯେଉଁ ଲୋକ ଛିଡ଼ା ହେଉଅଛି, ଆଉ ମଧ୍ୟ ଯେଉଁ ଲୋକ ଏଠାରେ ନାହିଁ, (ସେ ସମସ୍ତଙ୍କ ସଙ୍ଗେ ମୁଁ ଏହି ନିୟମ କରୁଅଛି)।
16କାରଣ ଆମ୍ଭେମାନେ ମିସର ଦେଶରେ ଯେପରି ବାସ କଲୁ, ଆଉ ତୁମ୍ଭେମାନେ ଯେଉଁ ଦେଶୀୟ ଲୋକମାନଙ୍କୁ ପାର ହୋଇ ଆସିଅଛ, ସେମାନଙ୍କ ମଧ୍ୟଦେଇ ଆମ୍ଭେମାନେ ଯେପରି ଆସିଲୁ, ତାହା ତୁମ୍ଭେମାନେ ଜାଣ;
17ଆଉ ତୁମ୍ଭେମାନେ ସେମାନଙ୍କ ମଧ୍ୟରେ ଥିବା ଘୃଣାଯୋଗ୍ୟ ବସ୍ତୁ, ସେମାନଙ୍କ କାଠ ଓ ପଥର ଓ ରୂପା ଓ ସୁନାର ପ୍ରତିମାମାନ ଦେଖିଅଛ।
18ଏନିମନ୍ତେ ସାବଧାନ, ସେହି ଦେଶୀୟ ଲୋକମାନଙ୍କ ଦେବତାଗଣର ପଶ୍ଚାଦ୍ଗାମୀ ହୋଇ ସେବା କରିବା ନିମନ୍ତେ ଆଜି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରୁ ଯାହାର ହୃଦୟ ବିମୁଖ ହୁଏ, ଏପରି କୌଣସି ପୁରୁଷ, କି ସ୍ତ୍ରୀ, କି ପରିବାର, କି ବଂଶ ଯେପରି ତୁମ୍ଭମାନଙ୍କ ମଧ୍ୟରେ ନ ରହେ, ଯେପରି ବିଷ ଓ ନାଗଦଅଣାର ମୂଳ ତୁମ୍ଭମାନଙ୍କ ମଧ୍ୟରେ ନ ରହେ;