ଦ୍ୱିତୀୟ ବିବରଣ 29

ଆଉ କେହି ଯେପରି ଏହି ଅଭିଶାପର କଥା ଶୁଣି ମନେ ମନେ ଆପଣାର ଧନ୍ୟବାଦ କରି ନ କହେ ଯେ, ଆମ୍ଭେ ଶୁଖିଲା ସଙ୍ଗେ ଓଦାକୁ ଧ୍ୱଂସ କରିବା ପାଇଁ ଆପଣା ହୃଦୟର କଠିନତା ଅନୁସାରେ ଚଳିଲେ ମଧ୍ୟ ଆମ୍ଭର ମଙ୍ଗଳ ହେବ।

Deuteronomy 29:19 (UKJV) And it come to pass, when he hears the words of this curse, that he bless himself in his heart, saying, I shall have peace, though I walk in the imagination of mine heart, to add drunkenness to thirst:

17ଆଉ ତୁମ୍ଭେମାନେ ସେମାନଙ୍କ ମଧ୍ୟରେ ଥିବା ଘୃଣାଯୋଗ୍ୟ ବସ୍ତୁ, ସେମାନଙ୍କ କାଠ ଓ ପଥର ଓ ରୂପା ଓ ସୁନାର ପ୍ରତିମାମାନ ଦେଖିଅଛ।

18ଏନିମନ୍ତେ ସାବଧାନ, ସେହି ଦେଶୀୟ ଲୋକମାନଙ୍କ ଦେବତାଗଣର ପଶ୍ଚାଦ୍‍ଗାମୀ ହୋଇ ସେବା କରିବା ନିମନ୍ତେ ଆଜି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରୁ ଯାହାର ହୃଦୟ ବିମୁଖ ହୁଏ, ଏପରି କୌଣସି ପୁରୁଷ, କି ସ୍ତ୍ରୀ, କି ପରିବାର, କି ବଂଶ ଯେପରି ତୁମ୍ଭମାନଙ୍କ ମଧ୍ୟରେ ନ ରହେ, ଯେପରି ବିଷ ଓ ନାଗଦଅଣାର ମୂଳ ତୁମ୍ଭମାନଙ୍କ ମଧ୍ୟରେ ନ ରହେ;

19ଆଉ କେହି ଯେପରି ଏହି ଅଭିଶାପର କଥା ଶୁଣି ମନେ ମନେ ଆପଣାର ଧନ୍ୟବାଦ କରି ନ କହେ ଯେ, ଆମ୍ଭେ ଶୁଖିଲା ସଙ୍ଗେ ଓଦାକୁ ଧ୍ୱଂସ କରିବା ପାଇଁ ଆପଣା ହୃଦୟର କଠିନତା ଅନୁସାରେ ଚଳିଲେ ମଧ୍ୟ ଆମ୍ଭର ମଙ୍ଗଳ ହେବ।

20ସଦାପ୍ରଭୁ ତାହାକୁ କ୍ଷମା କରିବାକୁ ସମ୍ମତ ହେବେ ନାହିଁ, ମାତ୍ର ତତ୍‍କ୍ଷଣେ ସେହି ଲୋକ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ଓ ଅନ୍ତର୍ଜ୍ୱାଳା ସଧୂମ ହୋଇ ଉଠିବ, ପୁଣି ଏହି ପୁସ୍ତକରେ ଲିଖିତ ସମସ୍ତ ଅଭିଶାପ ତାହା ପାଇଁ ଛକି ରହିବ, ଆଉ ସଦାପ୍ରଭୁ ଆକାଶମଣ୍ଡଳ ତଳୁ ତାହାର ନାମ ଲୋପ କରିବେ।

21ପୁଣି ଏହି ବ୍ୟବସ୍ଥା ପୁସ୍ତକର ଲିଖିତ ନିୟମର ସମସ୍ତ ଅଭିଶାପ ଅନୁସାରେ ସଦାପ୍ରଭୁ ତାହାକୁ ଇସ୍ରାଏଲର ସମସ୍ତ ବଂଶ ମଧ୍ୟରୁ ଅମଙ୍ଗଳ ନିମନ୍ତେ ପୃଥକ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.