ଦ୍ୱିତୀୟ ବିବରଣ 29

ତହିଁରେ ଲୋକମାନେ କହିବେ, “ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ମିସର ଦେଶରୁ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ବାହାର କରି ଆଣିବା ସମୟରେ ସେମାନଙ୍କ ସହିତ ଯେଉଁ ନିୟମ କରିଥିଲେ, ତାହା ସେମାନେ ତ୍ୟାଗ କରିଅଛନ୍ତି।

Deuteronomy 29:25 (UKJV) Then men shall say, Because they have forsaken the covenant of the LORD God of their fathers, which he made with them when he brought them forth out of the land of Egypt:

23ଅର୍ଥାତ୍‍, ସଦାପ୍ରଭୁ ଆପଣା କ୍ରୋଧ ଓ କୋପରେ ଯେଉଁ ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟୀମ ନଗରମାନ ଉତ୍ପାଟନ କରିଥିଲେ, ତାହା ପରି ଏହି ଦେଶର ସମସ୍ତ ଭୂମି ଗନ୍ଧକ, ଲବଣ ଓ ଦହନରେ ପରିପୂର୍ଣ୍ଣ ହୋଇଅଛି, ତହିଁରେ କିଛି ବୁଣାଯାଏ ନାହିଁ, କି ଫଳ ଉତ୍ପନ୍ନ ହୁଏ ନାହିଁ, କି ତହିଁରେ କୌଣସି ତୃଣ ବଢ଼େ ନାହିଁ (ଏସବୁ ଯେତେବେଳେ ଦେଖିବେ);

24ସେତେବେଳେ ସବୁ ଗୋଷ୍ଠୀୟ ଲୋକମାନେ କହିବେ, “ସଦାପ୍ରଭୁ ଏ ଦେଶ ପ୍ରତି କାହିଁକି ଏପରି କରିଅଛନ୍ତି? ଏରୂପ ମହାକ୍ରୋଧ ପ୍ରଜ୍ୱଳିତ ହେବାର କାରଣ କଅଣ?”

25ତହିଁରେ ଲୋକମାନେ କହିବେ, “ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ମିସର ଦେଶରୁ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ବାହାର କରି ଆଣିବା ସମୟରେ ସେମାନଙ୍କ ସହିତ ଯେଉଁ ନିୟମ କରିଥିଲେ, ତାହା ସେମାନେ ତ୍ୟାଗ କରିଅଛନ୍ତି।

26ସେ ଯେଉଁ ଦେବତାମାନଙ୍କୁ ନିଷିଦ୍ଧ କରିଥିଲେ ଏବଂ ସେମାନଙ୍କ ଦୃଷ୍ଟିରେ ଯେଉଁ ଦେବତାମାନେ ଅଜଣା ଥିଲେ, ସେମାନେ ଯାଇ ସେହି ଦେବତାଗଣର ସେବା କଲେ ଓ ସେମାନଙ୍କୁ ପ୍ରଣାମ କଲେ।

27ଏହେତୁ ଏହି ପୁସ୍ତକରେ ଲିଖିତ ସମସ୍ତ ଅଭିଶାପ ସେହି ଦେଶ ଉପରେ ବର୍ତ୍ତାଇବାକୁ ତହିଁ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.