24ସେତେବେଳେ ସବୁ ଗୋଷ୍ଠୀୟ ଲୋକମାନେ କହିବେ, “ସଦାପ୍ରଭୁ ଏ ଦେଶ ପ୍ରତି କାହିଁକି ଏପରି କରିଅଛନ୍ତି? ଏରୂପ ମହାକ୍ରୋଧ ପ୍ରଜ୍ୱଳିତ ହେବାର କାରଣ କଅଣ?”
25ତହିଁରେ ଲୋକମାନେ କହିବେ, “ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ମିସର ଦେଶରୁ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ବାହାର କରି ଆଣିବା ସମୟରେ ସେମାନଙ୍କ ସହିତ ଯେଉଁ ନିୟମ କରିଥିଲେ, ତାହା ସେମାନେ ତ୍ୟାଗ କରିଅଛନ୍ତି।
26ସେ ଯେଉଁ ଦେବତାମାନଙ୍କୁ ନିଷିଦ୍ଧ କରିଥିଲେ ଏବଂ ସେମାନଙ୍କ ଦୃଷ୍ଟିରେ ଯେଉଁ ଦେବତାମାନେ ଅଜଣା ଥିଲେ, ସେମାନେ ଯାଇ ସେହି ଦେବତାଗଣର ସେବା କଲେ ଓ ସେମାନଙ୍କୁ ପ୍ରଣାମ କଲେ।
27ଏହେତୁ ଏହି ପୁସ୍ତକରେ ଲିଖିତ ସମସ୍ତ ଅଭିଶାପ ସେହି ଦେଶ ଉପରେ ବର୍ତ୍ତାଇବାକୁ ତହିଁ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା।
28ପୁଣି, ସଦାପ୍ରଭୁ କ୍ରୋଧରେ ଓ ପ୍ରଚଣ୍ଡତାରେ ଓ ମହାକୋପରେ ସେମାନଙ୍କ ଦେଶରୁ ସେମାନଙ୍କୁ ଉତ୍ପାଟନ କଲେ ଓ ଆଜିର ପରି ଅନ୍ୟ ଦେଶରେ ସେମାନଙ୍କୁ ନିକ୍ଷେପ କଲେ।”