26ସେ ଯେଉଁ ଦେବତାମାନଙ୍କୁ ନିଷିଦ୍ଧ କରିଥିଲେ ଏବଂ ସେମାନଙ୍କ ଦୃଷ୍ଟିରେ ଯେଉଁ ଦେବତାମାନେ ଅଜଣା ଥିଲେ, ସେମାନେ ଯାଇ ସେହି ଦେବତାଗଣର ସେବା କଲେ ଓ ସେମାନଙ୍କୁ ପ୍ରଣାମ କଲେ।
27ଏହେତୁ ଏହି ପୁସ୍ତକରେ ଲିଖିତ ସମସ୍ତ ଅଭିଶାପ ସେହି ଦେଶ ଉପରେ ବର୍ତ୍ତାଇବାକୁ ତହିଁ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା।
28ପୁଣି, ସଦାପ୍ରଭୁ କ୍ରୋଧରେ ଓ ପ୍ରଚଣ୍ଡତାରେ ଓ ମହାକୋପରେ ସେମାନଙ୍କ ଦେଶରୁ ସେମାନଙ୍କୁ ଉତ୍ପାଟନ କଲେ ଓ ଆଜିର ପରି ଅନ୍ୟ ଦେଶରେ ସେମାନଙ୍କୁ ନିକ୍ଷେପ କଲେ।”
29ଗୁପ୍ତ ବିଷୟସବୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଅଧିକାର; ମାତ୍ର ଆମ୍ଭେମାନେ ଯେପରି ଏହି ବ୍ୟବସ୍ଥାର ସବୁ ବଚନ ପାଳନ କରିବା, ଏଥିପାଇଁ ପ୍ରକାଶିତ ବିଷୟସବୁ ଯୁଗାନୁକ୍ରମେ ଆମ୍ଭମାନଙ୍କର ଓ ଆମ୍ଭମାନଙ୍କ ସନ୍ତାନଗଣର ଅଧିକାର।