ଦ୍ୱିତୀୟ ବିବରଣ 29

ମାତ୍ର ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ବୁଝିବା ପାଇଁ ହୃଦୟ ଓ ଦେଖିବା ପାଇଁ ଚକ୍ଷୁ ଓ ଶୁଣିବା ପାଇଁ କର୍ଣ୍ଣ ଦେଇ ନାହାନ୍ତି।

Deuteronomy 29:4 (UKJV) Yet the LORD has not given you an heart to perceive, and eyes to see, and ears to hear, unto this day.

2ଏଥିଉତ୍ତାରେ ମୋଶା ସମସ୍ତ ଇସ୍ରାଏଲଙ୍କୁ ଡାକି ସେମାନଙ୍କୁ କହିଲେ, ସଦାପ୍ରଭୁ ମିସର ଦେଶରେ ଫାରୋଙ୍କ ପ୍ରତି ଓ ତାଙ୍କ ସମସ୍ତ ଦାସ ପ୍ରତି ଓ ତାଙ୍କ ଦେଶ ପ୍ରତି ଯେଉଁସବୁ କର୍ମ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ କରିଥିଲେ, ତାହାସବୁ ତୁମ୍ଭେମାନେ ଦେଖିଅଛ,

3ସେହି ମହା ମହା ପରଖ, ଚିହ୍ନ ଓ ମହତ୍ ଆଶ୍ଚର୍ଯ୍ୟ-କର୍ମସକଳ ତୁମ୍ଭର ଚକ୍ଷୁ ଦେଖିଅଛି,

4ମାତ୍ର ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ବୁଝିବା ପାଇଁ ହୃଦୟ ଓ ଦେଖିବା ପାଇଁ ଚକ୍ଷୁ ଓ ଶୁଣିବା ପାଇଁ କର୍ଣ୍ଣ ଦେଇ ନାହାନ୍ତି।

5ପୁଣି, ଆମ୍ଭେ ଏହି ପ୍ରାନ୍ତରରେ ଚାଳିଶ ବର୍ଷ କାଳ ତୁମ୍ଭମାନଙ୍କୁ ଗମନ କରାଇଅଛୁ; ତୁମ୍ଭମାନଙ୍କ ବସ୍ତ୍ର ତୁମ୍ଭମାନଙ୍କ ଶରୀରରେ ଅଭାବ ହୋଇ ନାହିଁ ଓ ତୁମ୍ଭ ପାଦୁକା ତୁମ୍ଭ ପାଦରେ ନଷ୍ଟ ହୋଇ ନାହିଁ।

6ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିପାଇଁ ତୁମ୍ଭେମାନେ ରୁଟି ଭୋଜନ କରି ନାହଁ, କିଅବା ଦ୍ରାକ୍ଷାରସ କି ମଦ୍ୟ ପାନ କରି ନାହଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.