ଦ୍ୱିତୀୟ ବିବରଣ 29

ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିପାଇଁ ତୁମ୍ଭେମାନେ ରୁଟି ଭୋଜନ କରି ନାହଁ, କିଅବା ଦ୍ରାକ୍ଷାରସ କି ମଦ୍ୟ ପାନ କରି ନାହଁ।

Deuteronomy 29:6 (UKJV) All of you have not eaten bread, neither have all of you drunk wine or strong drink: that all of you might know that I am the LORD your God.

4ମାତ୍ର ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ବୁଝିବା ପାଇଁ ହୃଦୟ ଓ ଦେଖିବା ପାଇଁ ଚକ୍ଷୁ ଓ ଶୁଣିବା ପାଇଁ କର୍ଣ୍ଣ ଦେଇ ନାହାନ୍ତି।

5ପୁଣି, ଆମ୍ଭେ ଏହି ପ୍ରାନ୍ତରରେ ଚାଳିଶ ବର୍ଷ କାଳ ତୁମ୍ଭମାନଙ୍କୁ ଗମନ କରାଇଅଛୁ; ତୁମ୍ଭମାନଙ୍କ ବସ୍ତ୍ର ତୁମ୍ଭମାନଙ୍କ ଶରୀରରେ ଅଭାବ ହୋଇ ନାହିଁ ଓ ତୁମ୍ଭ ପାଦୁକା ତୁମ୍ଭ ପାଦରେ ନଷ୍ଟ ହୋଇ ନାହିଁ।

6ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିପାଇଁ ତୁମ୍ଭେମାନେ ରୁଟି ଭୋଜନ କରି ନାହଁ, କିଅବା ଦ୍ରାକ୍ଷାରସ କି ମଦ୍ୟ ପାନ କରି ନାହଁ।

7ଆଉ ଯେତେବେଳେ ତୁମ୍ଭେମାନେ ଏହି ସ୍ଥାନରେ ଉପସ୍ଥିତ ହେଲ, ସେତେବେଳେ ହିଷ୍‍ବୋନର ରାଜା ସୀହୋନ ଓ ବାଶନର ରାଜା ଓଗ୍‍ ଆମ୍ଭମାନଙ୍କ ସହିତ ଯୁଦ୍ଧ କରିବାକୁ ବାହାର ହେଲେ, ତହୁଁ ଆମ୍ଭେମାନେ ସେମାନଙ୍କୁ ସଂହାର କଲୁ।

8ପୁଣି, ଆମ୍ଭେମାନେ ସେମାନଙ୍କ ଦେଶ ନେଇ ଅଧିକାର କରିବା ନିମନ୍ତେ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଦେଲୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.