5ପୁଣି, ଆମ୍ଭେ ଏହି ପ୍ରାନ୍ତରରେ ଚାଳିଶ ବର୍ଷ କାଳ ତୁମ୍ଭମାନଙ୍କୁ ଗମନ କରାଇଅଛୁ; ତୁମ୍ଭମାନଙ୍କ ବସ୍ତ୍ର ତୁମ୍ଭମାନଙ୍କ ଶରୀରରେ ଅଭାବ ହୋଇ ନାହିଁ ଓ ତୁମ୍ଭ ପାଦୁକା ତୁମ୍ଭ ପାଦରେ ନଷ୍ଟ ହୋଇ ନାହିଁ।
6ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିପାଇଁ ତୁମ୍ଭେମାନେ ରୁଟି ଭୋଜନ କରି ନାହଁ, କିଅବା ଦ୍ରାକ୍ଷାରସ କି ମଦ୍ୟ ପାନ କରି ନାହଁ।
7ଆଉ ଯେତେବେଳେ ତୁମ୍ଭେମାନେ ଏହି ସ୍ଥାନରେ ଉପସ୍ଥିତ ହେଲ, ସେତେବେଳେ ହିଷ୍ବୋନର ରାଜା ସୀହୋନ ଓ ବାଶନର ରାଜା ଓଗ୍ ଆମ୍ଭମାନଙ୍କ ସହିତ ଯୁଦ୍ଧ କରିବାକୁ ବାହାର ହେଲେ, ତହୁଁ ଆମ୍ଭେମାନେ ସେମାନଙ୍କୁ ସଂହାର କଲୁ।
8ପୁଣି, ଆମ୍ଭେମାନେ ସେମାନଙ୍କ ଦେଶ ନେଇ ଅଧିକାର କରିବା ନିମନ୍ତେ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଦେଲୁ।
9ଏନିମନ୍ତେ ତୁମ୍ଭେମାନେ ଏହି ନିୟମର ସକଳ ବାକ୍ୟ ମାନି ପାଳନ କର, ତହିଁରେ ତୁମ୍ଭେମାନେ ଯାହା ଯାହା କରିବ, ସେହି ସବୁରେ କୁଶଳତା ପ୍ରାପ୍ତ ହେବ।