8ସେହି ସମୟରେ ଆମ୍ଭେମାନେ ଯର୍ଦ୍ଦନର ପୂର୍ବପାରିସ୍ଥ ଇମୋରୀୟମାନଙ୍କ ଦୁଇ ରାଜାଙ୍କର ହସ୍ତରୁ ଅର୍ଣ୍ଣୋନ-ଉପତ୍ୟକାଠାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲୁ।
9(ସୀଦୋନୀୟମାନେ ସେହି ହର୍ମୋଣ ପର୍ବତକୁ ସିରିୟୋନ କହନ୍ତି ଓ ଇମୋରୀୟମାନେ ତାହାକୁ ସନୀର୍ କହନ୍ତି)।
10ଆମ୍ଭେମାନେ ସମଭୂମିର ସମସ୍ତ ନଗର ଓ ସଲଖା ଓ ଇଦ୍ରିୟୀ ପର୍ଯ୍ୟନ୍ତ ସମସ୍ତ ଗିଲୀୟଦ ଓ ସମସ୍ତ ବାଶନ, ଅର୍ଥାତ୍, ବାଶନସ୍ଥିତ ଓଗ୍ ରାଜ୍ୟର ସମସ୍ତ ନଗର ହସ୍ତଗତ କଲୁ।
11(ଅବଶିଷ୍ଟ ରଫାୟୀୟମାନଙ୍କ ମଧ୍ୟରୁ କେବଳ ବାଶନ-ରାଜା ଓଗ୍ ଅବଶିଷ୍ଟ ରହିଲା, ଦେଖ, ତାହାର ଖଟ ଲୌହମୟ ଖଟ; ତାହା କି ଅମ୍ମୋନ-ସନ୍ତାନଗଣର ରବ୍ବାରେ ନାହିଁ? ମନୁଷ୍ୟ ହସ୍ତର ପରିମାଣାନୁସାରେ ତାହା ଲମ୍ବାରେ ନଅ ହାତ ଓ ଓସାରରେ ଚାରି ହାତ)।
12ଏହି ସମୟରେ ଆମ୍ଭେମାନେ ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେହି ସମସ୍ତ ଦେଶ ଅଧିକାର କଲୁ; ତହିଁରେ ମୁଁ ଗିଲୀୟଦର ପର୍ବତମୟ ଦେଶର ଅର୍ଦ୍ଧେକ ଓ ତହିଁର ନଗରସବୁ ରୁବେନୀୟମାନଙ୍କୁ ଓ ଗାଦୀୟମାନଙ୍କୁ ଦେଲି।