ଦ୍ୱିତୀୟ ବିବରଣ 3

ପୁଣି ମୁଁ ମାଖୀରକୁ ଗିଲୀୟଦ ଦେଲି।

Deuteronomy 3:15 (UKJV) And I gave Gilead unto Machir.

13ପୁଣି ମୁଁ ଗିଲୀୟଦର ଅବଶିଷ୍ଟ ଅଂଶ ଓ ସମସ୍ତ ବାଶନ, ଅର୍ଥାତ୍‍, ଓଗ୍‍ର ରାଜ୍ୟ, ବିଶେଷରେ ସମୁଦାୟ ବାଶନ ସହିତ ଅର୍ଗୋବର ସମସ୍ତ ଅଞ୍ଚଳ ମନଃଶିର ଅର୍ଦ୍ଧ ବଂଶକୁ ଦେଲି (ତାହା ରଫାୟୀୟ ଦେଶ ବୋଲି ବିଖ୍ୟାତ।

14ମନଃଶିର ପୁତ୍ର ଯାୟୀର, ଗଶୂରୀୟ ଓ ମାଖାଥୀୟ ସୀମା ପର୍ଯ୍ୟନ୍ତ ଅର୍ଗୋବର ସମସ୍ତ ଅଞ୍ଚଳ ହସ୍ତଗତ କରି ଆପଣା ନାମାନୁସାରେ ଆଜି ପର୍ଯ୍ୟନ୍ତ ବାଶନ ଦେଶର ସେହି ସମସ୍ତ ସ୍ଥାନର ନାମ ହବୋତ୍‍-ଯାୟୀର ରଖିଲା)।

15ପୁଣି ମୁଁ ମାଖୀରକୁ ଗିଲୀୟଦ ଦେଲି।

16ଆଉ ଗିଲୀୟଦଠାରୁ ଅର୍ଣ୍ଣୋନ-ଉପତ୍ୟକା, ଅର୍ଥାତ୍‍, ଉପତ୍ୟକାର ମଧ୍ୟସ୍ଥାନ ଓ ତହିଁର ସୀମା ସମେତ, ପୁଣି ସେହିଠାରୁ ଅମ୍ମୋନ-ସନ୍ତାନଗଣର ସୀମା ଯବ୍ବୋକ୍‍ ନଦୀ ପର୍ଯ୍ୟନ୍ତ;

17ଆଉ କିନ୍ନେରତ୍‍ଠାରୁ ପାଦଭୂମିସ୍ଥ ସମୁଦ୍ର, ଅର୍ଥାତ୍‍, ପିସ୍ଗାର ଅଧଃସ୍ଥିତ ଲବଣ ସମୁଦ୍ର ପର୍ଯ୍ୟନ୍ତ ପୂର୍ବ ଦିଗବର୍ତ୍ତୀ ପଦାଭୂମି ଓ ଯର୍ଦ୍ଦନ ଓ ତହିଁର ଅଞ୍ଚଳ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଦେଲି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.