14ମନଃଶିର ପୁତ୍ର ଯାୟୀର, ଗଶୂରୀୟ ଓ ମାଖାଥୀୟ ସୀମା ପର୍ଯ୍ୟନ୍ତ ଅର୍ଗୋବର ସମସ୍ତ ଅଞ୍ଚଳ ହସ୍ତଗତ କରି ଆପଣା ନାମାନୁସାରେ ଆଜି ପର୍ଯ୍ୟନ୍ତ ବାଶନ ଦେଶର ସେହି ସମସ୍ତ ସ୍ଥାନର ନାମ ହବୋତ୍-ଯାୟୀର ରଖିଲା)।
15ପୁଣି ମୁଁ ମାଖୀରକୁ ଗିଲୀୟଦ ଦେଲି।
16ଆଉ ଗିଲୀୟଦଠାରୁ ଅର୍ଣ୍ଣୋନ-ଉପତ୍ୟକା, ଅର୍ଥାତ୍, ଉପତ୍ୟକାର ମଧ୍ୟସ୍ଥାନ ଓ ତହିଁର ସୀମା ସମେତ, ପୁଣି ସେହିଠାରୁ ଅମ୍ମୋନ-ସନ୍ତାନଗଣର ସୀମା ଯବ୍ବୋକ୍ ନଦୀ ପର୍ଯ୍ୟନ୍ତ;
17ଆଉ କିନ୍ନେରତ୍ଠାରୁ ପାଦଭୂମିସ୍ଥ ସମୁଦ୍ର, ଅର୍ଥାତ୍, ପିସ୍ଗାର ଅଧଃସ୍ଥିତ ଲବଣ ସମୁଦ୍ର ପର୍ଯ୍ୟନ୍ତ ପୂର୍ବ ଦିଗବର୍ତ୍ତୀ ପଦାଭୂମି ଓ ଯର୍ଦ୍ଦନ ଓ ତହିଁର ଅଞ୍ଚଳ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଦେଲି।
18ଏଥିଉତ୍ତାରେ ମୁଁ ସେହି ସମୟରେ ତୁମ୍ଭମାନଙ୍କୁ ଆଜ୍ଞା ଦେଇ କହିଲି, “ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି; ତୁମ୍ଭମାନଙ୍କ ମଧ୍ୟରୁ ସମସ୍ତ ବୀରପୁରୁଷ ସସଜ୍ଜ ହୋଇ ତୁମ୍ଭମାନଙ୍କ ଭ୍ରାତୃଗଣ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପାର ହୋଇଯିବେ।