16ଆଉ ଗିଲୀୟଦଠାରୁ ଅର୍ଣ୍ଣୋନ-ଉପତ୍ୟକା, ଅର୍ଥାତ୍, ଉପତ୍ୟକାର ମଧ୍ୟସ୍ଥାନ ଓ ତହିଁର ସୀମା ସମେତ, ପୁଣି ସେହିଠାରୁ ଅମ୍ମୋନ-ସନ୍ତାନଗଣର ସୀମା ଯବ୍ବୋକ୍ ନଦୀ ପର୍ଯ୍ୟନ୍ତ;
17ଆଉ କିନ୍ନେରତ୍ଠାରୁ ପାଦଭୂମିସ୍ଥ ସମୁଦ୍ର, ଅର୍ଥାତ୍, ପିସ୍ଗାର ଅଧଃସ୍ଥିତ ଲବଣ ସମୁଦ୍ର ପର୍ଯ୍ୟନ୍ତ ପୂର୍ବ ଦିଗବର୍ତ୍ତୀ ପଦାଭୂମି ଓ ଯର୍ଦ୍ଦନ ଓ ତହିଁର ଅଞ୍ଚଳ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଦେଲି।
18ଏଥିଉତ୍ତାରେ ମୁଁ ସେହି ସମୟରେ ତୁମ୍ଭମାନଙ୍କୁ ଆଜ୍ଞା ଦେଇ କହିଲି, “ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି; ତୁମ୍ଭମାନଙ୍କ ମଧ୍ୟରୁ ସମସ୍ତ ବୀରପୁରୁଷ ସସଜ୍ଜ ହୋଇ ତୁମ୍ଭମାନଙ୍କ ଭ୍ରାତୃଗଣ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପାର ହୋଇଯିବେ।
19ମାତ୍ର ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ନଗର ଦେଇଅଛି, ସେହି ସବୁ ନଗରରେ ତୁମ୍ଭମାନଙ୍କ ଭାର୍ଯ୍ୟା ଓ ବାଳକଗଣ ଓ ପଶୁମାନେ ବାସ କରିବେ; କାରଣ ମୁଁ ଜାଣେ, ତୁମ୍ଭମାନଙ୍କର ଅନେକ ପଶୁ ଅଛି।
20ଏଉତ୍ତାରେ ସଦାପ୍ରଭୁ ତୁମ୍ଭମାନଙ୍କ ଭ୍ରାତୃଗଣକୁ ତୁମ୍ଭମାନଙ୍କ ତୁଲ୍ୟ ବିଶ୍ରାମ ଦେଲେ ଓ ଯର୍ଦ୍ଦନର ସେପାରିରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ଦେଶ ସେମାନଙ୍କୁ ଦେବେ, ସେମାନେ ମଧ୍ୟ ସେହି ଦେଶ ଅଧିକାର କଲେ ତୁମ୍ଭେମାନେ ପ୍ରତ୍ୟେକେ ମୋହର ଦତ୍ତ ଆପଣା ଆପଣା ଅଧିକାରକୁ ଫେରିଯିବ।”