ଦ୍ୱିତୀୟ ବିବରଣ 3

ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ତାହାକୁ ଭୟ କର ନାହିଁ; କାରଣ ଆମ୍ଭେ ତାହାକୁ ଓ ତାହାର ସମସ୍ତ ପ୍ରଜାଙ୍କୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତୁମ୍ଭେ ଯେପରି ହିଷ୍‍ବୋନ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନ ପ୍ରତି କରିଅଛ, ସେପରି ତାହା ପ୍ରତି ମଧ୍ୟ କରିବ।”

Deuteronomy 3:2 (UKJV) And the LORD said unto me, Fear him not: for I will deliver him, and all his people, and his land, into your hand; and you shall do unto him as you did unto Sihon king of the Amorites, which dwelt at Heshbon.

1ଏଉତ୍ତାରେ ଆମ୍ଭେମାନେ ଫେରି ବାଶନର ପଥ ଦେଇ ଗମନ କଲୁ; ତହିଁରେ ବାଶନର ରାଜା ଓଗ୍‍ ଅାସି ଅାକ୍ରମଣ କଲେ, ପୁଣି ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଇଦ୍ରିୟୀକୁ ଆସିଲେ।

2ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ତାହାକୁ ଭୟ କର ନାହିଁ; କାରଣ ଆମ୍ଭେ ତାହାକୁ ଓ ତାହାର ସମସ୍ତ ପ୍ରଜାଙ୍କୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତୁମ୍ଭେ ଯେପରି ହିଷ୍‍ବୋନ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନ ପ୍ରତି କରିଅଛ, ସେପରି ତାହା ପ୍ରତି ମଧ୍ୟ କରିବ।”

3ଏହିରୂପେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ମଧ୍ୟ ବାଶନ-ରାଜା ଓଗ୍‍କୁ ଓ ତାହାର ସମସ୍ତ ପ୍ରଜାଙ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ; ତହିଁରେ ଆମ୍ଭେମାନେ ତାହାକୁ ଏପରି ପରାଜୟ କଲୁ ଯେ, ତାହାର କେହି ଅବଶିଷ୍ଟ ରହିଲା ନାହିଁ।

4ସେସମୟରେ ଆମ୍ଭେମାନେ ତାହାର ସମସ୍ତ ନଗର ହସ୍ତଗତ କଲୁ, ସେମାନଙ୍କଠାରୁ ଯାହା ହସ୍ତଗତ ନ କଲୁ, ଏପରି ଗୋଟିଏ ନଗର ରହିଲା ନାହିଁ; ଷାଠିଏ ନଗର, ଅର୍ଗୋବର ସମସ୍ତ ଅଞ୍ଚଳ, ଅର୍ଥାତ୍‍, ବାଶନସ୍ଥ ଓଗ୍‍ର ରାଜ୍ୟ (ହସ୍ତଗତ କଲୁ)।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.