21ଆଉ ମୁଁ ସେହି ସମୟରେ ଯିହୋଶୂୟଙ୍କୁ ଆଜ୍ଞା ଦେଇ କହିଲି, “ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଏହି ଦୁଇ ରାଜାଙ୍କ ପ୍ରତି ଯାହା କରିଅଛନ୍ତି, ତୁମ୍ଭେ ତାହା ସ୍ୱଚକ୍ଷୁରେ ଦେଖିଅଛ; ତୁମ୍ଭେ ପାର ହୋଇ ଯେଉଁ ଯେଉଁ ରାଜ୍ୟ ବିରୁଦ୍ଧରେ ଯାଉଅଛ, ସେସବୁ ରାଜ୍ୟ ପ୍ରତି ସଦାପ୍ରଭୁ ତଦ୍ରୂପ କରିବେ।
22ତୁମ୍ଭେମାନେ ସେମାନଙ୍କୁ ଭୟ କରିବ ନାହିଁ; କାରଣ ଯେ ତୁମ୍ଭମାନଙ୍କ ସପକ୍ଷରେ ଯୁଦ୍ଧ କରନ୍ତି, ସେହି ସଦାପ୍ରଭୁ ତ ତୁମ୍ଭମାନଙ୍କ ପରମେଶ୍ୱର ଅଟନ୍ତି।”
23ସେହି ସମୟରେ ମୁଁ ସଦାପ୍ରଭୁଙ୍କୁ ବିନତି କରି କହିଲି,
24“ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପଣା ଦାସ ନିକଟରେ ଆପଣା ମହିମା ଓ ବଳବାନ ହସ୍ତ ପ୍ରକାଶ କରିବାକୁ ଆରମ୍ଭ କରିଅଛ; ତୁମ୍ଭର କ୍ରିୟା ତୁଲ୍ୟ ଓ ତୁମ୍ଭର ପରାକ୍ରାନ୍ତ କର୍ମ ତୁଲ୍ୟ ଯେ କରିପାରେ, ସ୍ୱର୍ଗରେ କି ମର୍ତ୍ତ୍ୟରେ ଏପରି ଆଉ କିଏ ଅଛି?
25ମୁଁ ବିନୟ କରୁଅଛି, ମୋତେ ସେପାରିକି ଯିବାକୁ ଓ ଯର୍ଦ୍ଦନର ସେପାରିସ୍ଥିତ ସେହି ଉତ୍ତମ ଦେଶ, ସେହି ରମଣୀୟ ପର୍ବତ ଓ ଲିବାନୋନ ଦେଖିବାକୁ ଦିଅ।”