23ସେହି ସମୟରେ ମୁଁ ସଦାପ୍ରଭୁଙ୍କୁ ବିନତି କରି କହିଲି,
24“ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପଣା ଦାସ ନିକଟରେ ଆପଣା ମହିମା ଓ ବଳବାନ ହସ୍ତ ପ୍ରକାଶ କରିବାକୁ ଆରମ୍ଭ କରିଅଛ; ତୁମ୍ଭର କ୍ରିୟା ତୁଲ୍ୟ ଓ ତୁମ୍ଭର ପରାକ୍ରାନ୍ତ କର୍ମ ତୁଲ୍ୟ ଯେ କରିପାରେ, ସ୍ୱର୍ଗରେ କି ମର୍ତ୍ତ୍ୟରେ ଏପରି ଆଉ କିଏ ଅଛି?
25ମୁଁ ବିନୟ କରୁଅଛି, ମୋତେ ସେପାରିକି ଯିବାକୁ ଓ ଯର୍ଦ୍ଦନର ସେପାରିସ୍ଥିତ ସେହି ଉତ୍ତମ ଦେଶ, ସେହି ରମଣୀୟ ପର୍ବତ ଓ ଲିବାନୋନ ଦେଖିବାକୁ ଦିଅ।”
26ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ସକାଶୁ ମୋʼ ଉପରେ କ୍ରୋଧ କଲେ ଓ ମୋʼ କଥା ଶୁଣିଲେ ନାହିଁ; ଆଉ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭର ଯଥେଷ୍ଟ ହେଲାଣି ଏ ବିଷୟରେ ଆମ୍ଭକୁ ଆଉ କୁହ ନାହିଁ।
27ପିସ୍ଗାର ଶୃଙ୍ଗକୁ ଚଢ଼ି ଯାଅ, ଆଉ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ ଓ ପୂର୍ବ ଆଡ଼େ ଅନାଇ ଦେଖ ଓ ଆପଣା ଚକ୍ଷୁରେ ତାହା ନିରୀକ୍ଷଣ କର; କାରଣ ତୁମ୍ଭେ ଏହି ଯର୍ଦ୍ଦନ ପାର ହେବ ନାହିଁ।