27ପିସ୍ଗାର ଶୃଙ୍ଗକୁ ଚଢ଼ି ଯାଅ, ଆଉ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ ଓ ପୂର୍ବ ଆଡ଼େ ଅନାଇ ଦେଖ ଓ ଆପଣା ଚକ୍ଷୁରେ ତାହା ନିରୀକ୍ଷଣ କର; କାରଣ ତୁମ୍ଭେ ଏହି ଯର୍ଦ୍ଦନ ପାର ହେବ ନାହିଁ।
28ମାତ୍ର ଯିହୋଶୂୟକୁ ଆଜ୍ଞା ଦିଅ ଓ ତାହାକୁ ସାହସ ଦିଅ ଓ ତାହାକୁ ବଳବାନ କରାଅ; କାରଣ ସେ ଏହି ଲୋକମାନଙ୍କର ଆଗେ ଆଗେ ପାର ହୋଇଯିବ; ପୁଣି ତୁମ୍ଭେ ଯେଉଁ ଦେଶ ଦେଖିବ, ତାହା ସେ ସେମାନଙ୍କୁ ଅଧିକାର କରାଇବ।”
29ଏହିରୂପେ ଆମ୍ଭେମାନେ ବେଥ୍-ପିୟୋର ସମ୍ମୁଖସ୍ଥିତ ଉପତ୍ୟକାରେ ବାସ କଲୁ।