5ସେହି ସବୁ ନଗର ଉଚ୍ଚ ପ୍ରାଚୀର ଓ ଦ୍ୱାର ଓ ଅର୍ଗଳରେ ସୁରକ୍ଷିତ ଥିଲା; ତାହା ଛଡ଼ା ଅନେକ ପ୍ରାଚୀରହୀନ ନଗର ଥିଲା।
6ଆମ୍ଭେମାନେ ହିଷ୍ବୋନ-ରାଜା ସୀହୋନ ପ୍ରତି ଯେରୂପ କରିଥିଲୁ, ସେରୂପ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କଲୁ, ସ୍ତ୍ରୀ ଓ ବାଳକ ସମେତ ପ୍ରତ୍ୟେକ ବସତି-ନଗର ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କଲୁ।
7ମାତ୍ର ଆମ୍ଭେମାନେ ସମସ୍ତ ପଶୁ ଓ ନଗରର ଲୁଟିତ ଦ୍ରବ୍ୟାଦି ଆପଣାମାନଙ୍କ ନିମନ୍ତେ ଲୁଟ ସ୍ୱରୂପେ ଗ୍ରହଣ କଲୁ।
8ସେହି ସମୟରେ ଆମ୍ଭେମାନେ ଯର୍ଦ୍ଦନର ପୂର୍ବପାରିସ୍ଥ ଇମୋରୀୟମାନଙ୍କ ଦୁଇ ରାଜାଙ୍କର ହସ୍ତରୁ ଅର୍ଣ୍ଣୋନ-ଉପତ୍ୟକାଠାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲୁ।
9(ସୀଦୋନୀୟମାନେ ସେହି ହର୍ମୋଣ ପର୍ବତକୁ ସିରିୟୋନ କହନ୍ତି ଓ ଇମୋରୀୟମାନେ ତାହାକୁ ସନୀର୍ କହନ୍ତି)।