ଦ୍ୱିତୀୟ ବିବରଣ 3

ସେହି ସମୟରେ ଆମ୍ଭେମାନେ ଯର୍ଦ୍ଦନର ପୂର୍ବପାରିସ୍ଥ ଇମୋରୀୟମାନଙ୍କ ଦୁଇ ରାଜାଙ୍କର ହସ୍ତରୁ ଅର୍ଣ୍ଣୋନ-ଉପତ୍ୟକାଠାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲୁ।

Deuteronomy 3:8 (UKJV) And we took at that time out of the hand of the two kings of the Amorites the land that was on this side Jordan, from the river of Arnon unto mount Hermon;

6ଆମ୍ଭେମାନେ ହିଷ୍‍ବୋନ-ରାଜା ସୀହୋନ ପ୍ରତି ଯେରୂପ କରିଥିଲୁ, ସେରୂପ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କଲୁ, ସ୍ତ୍ରୀ ଓ ବାଳକ ସମେତ ପ୍ରତ୍ୟେକ ବସତି-ନଗର ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କଲୁ।

7ମାତ୍ର ଆମ୍ଭେମାନେ ସମସ୍ତ ପଶୁ ଓ ନଗରର ଲୁଟିତ ଦ୍ରବ୍ୟାଦି ଆପଣାମାନଙ୍କ ନିମନ୍ତେ ଲୁଟ ସ୍ୱରୂପେ ଗ୍ରହଣ କଲୁ।

8ସେହି ସମୟରେ ଆମ୍ଭେମାନେ ଯର୍ଦ୍ଦନର ପୂର୍ବପାରିସ୍ଥ ଇମୋରୀୟମାନଙ୍କ ଦୁଇ ରାଜାଙ୍କର ହସ୍ତରୁ ଅର୍ଣ୍ଣୋନ-ଉପତ୍ୟକାଠାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲୁ।

9(ସୀଦୋନୀୟମାନେ ସେହି ହର୍ମୋଣ ପର୍ବତକୁ ସିରିୟୋନ କହନ୍ତି ଓ ଇମୋରୀୟମାନେ ତାହାକୁ ସନୀର୍‍ କହନ୍ତି)।

10ଆମ୍ଭେମାନେ ସମଭୂମିର ସମସ୍ତ ନଗର ଓ ସଲଖା ଓ ଇଦ୍ରିୟୀ ପର୍ଯ୍ୟନ୍ତ ସମସ୍ତ ଗିଲୀୟଦ ଓ ସମସ୍ତ ବାଶନ, ଅର୍ଥାତ୍‍, ବାଶନସ୍ଥିତ ଓଗ୍‍ ରାଜ୍ୟର ସମସ୍ତ ନଗର ହସ୍ତଗତ କଲୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.