ଦ୍ୱିତୀୟ ବିବରଣ 3

(ସୀଦୋନୀୟମାନେ ସେହି ହର୍ମୋଣ ପର୍ବତକୁ ସିରିୟୋନ କହନ୍ତି ଓ ଇମୋରୀୟମାନେ ତାହାକୁ ସନୀର୍‍ କହନ୍ତି)।

Deuteronomy 3:9 (UKJV) (Which Hermon the Sidonians call Sirion; and the Amorites call it Shenir;)

7ମାତ୍ର ଆମ୍ଭେମାନେ ସମସ୍ତ ପଶୁ ଓ ନଗରର ଲୁଟିତ ଦ୍ରବ୍ୟାଦି ଆପଣାମାନଙ୍କ ନିମନ୍ତେ ଲୁଟ ସ୍ୱରୂପେ ଗ୍ରହଣ କଲୁ।

8ସେହି ସମୟରେ ଆମ୍ଭେମାନେ ଯର୍ଦ୍ଦନର ପୂର୍ବପାରିସ୍ଥ ଇମୋରୀୟମାନଙ୍କ ଦୁଇ ରାଜାଙ୍କର ହସ୍ତରୁ ଅର୍ଣ୍ଣୋନ-ଉପତ୍ୟକାଠାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲୁ।

9(ସୀଦୋନୀୟମାନେ ସେହି ହର୍ମୋଣ ପର୍ବତକୁ ସିରିୟୋନ କହନ୍ତି ଓ ଇମୋରୀୟମାନେ ତାହାକୁ ସନୀର୍‍ କହନ୍ତି)।

10ଆମ୍ଭେମାନେ ସମଭୂମିର ସମସ୍ତ ନଗର ଓ ସଲଖା ଓ ଇଦ୍ରିୟୀ ପର୍ଯ୍ୟନ୍ତ ସମସ୍ତ ଗିଲୀୟଦ ଓ ସମସ୍ତ ବାଶନ, ଅର୍ଥାତ୍‍, ବାଶନସ୍ଥିତ ଓଗ୍‍ ରାଜ୍ୟର ସମସ୍ତ ନଗର ହସ୍ତଗତ କଲୁ।

11(ଅବଶିଷ୍ଟ ରଫାୟୀୟମାନଙ୍କ ମଧ୍ୟରୁ କେବଳ ବାଶନ-ରାଜା ଓଗ୍‍ ଅବଶିଷ୍ଟ ରହିଲା, ଦେଖ, ତାହାର ଖଟ ଲୌହମୟ ଖଟ; ତାହା କି ଅମ୍ମୋନ-ସନ୍ତାନଗଣର ରବ୍ବାରେ ନାହିଁ? ମନୁଷ୍ୟ ହସ୍ତର ପରିମାଣାନୁସାରେ ତାହା ଲମ୍ବାରେ ନଅ ହାତ ଓ ଓସାରରେ ଚାରି ହାତ)।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.