10ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ମଙ୍ଗଳାର୍ଥେ ତୁମ୍ଭ ହସ୍ତକୃତ କର୍ମରେ, ତୁମ୍ଭକୁ ସନ୍ତାନ ଦେଇ, ତୁମ୍ଭ ପଶୁଫଳରେ ଓ ତୁମ୍ଭ ଭୂମିର ଫଳରେ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ ଯେହେତୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କଠାରେ ଯେପରି ଆନନ୍ଦ କରିଥିଲେ, ସେପରି ତୁମ୍ଭ ମଙ୍ଗଳାର୍ଥେ ସେ ପୁନର୍ବାର ତୁମ୍ଭଠାରେ ଆନନ୍ଦ କରିବେ।
11ଆଜି ମୁଁ ତୁମ୍ଭକୁ ଯେଉଁ ଆଜ୍ଞା ଦେଉଅଛି, ତାହା ଅତିରିକ୍ତ କଠିନ ନୁହେଁ କିଅବା ଦୂରବର୍ତ୍ତୀ ନୁହେଁ।
12ତାହା ସ୍ୱର୍ଗରେ ନାହିଁ ଯେ, ତୁମ୍ଭେ କହିବ, ଆମ୍ଭେମାନେ ଯେପରି ତାହା ପାଳନ କରିବୁ, ଏଥିପାଇଁ କିଏ ଆମ୍ଭମାନଙ୍କ ନିମନ୍ତେ ସ୍ୱର୍ଗକୁ ଯାଇ ତାହା ଆମ୍ଭମାନଙ୍କ ନିକଟକୁ ଆଣିବ ଓ ଆମ୍ଭମାନଙ୍କୁ ଶୁଣାଇବ?
13କିଅବା ତାହା ସମୁଦ୍ର ସେପାରିରେ ନାହିଁ ଯେ, ତୁମ୍ଭେ କହିବ, ଆମ୍ଭେମାନେ ଯେପରି ତାହା ପାଳନ କରିବୁ, ଏଥିପାଇଁ କିଏ ଆମ୍ଭମାନଙ୍କ ନିମନ୍ତେ ସମୁଦ୍ର ପାର ହୋଇ ତାହା ଆମ୍ଭମାନଙ୍କ ନିକଟକୁ ଆଣିବ ଓ ଆମ୍ଭମାନଙ୍କୁ ଶୁଣାଇବ?
14ମାତ୍ର ତୁମ୍ଭ ପାଳନାର୍ଥେ ସେ ବାକ୍ୟ ତୁମ୍ଭର ଅତି ନିକଟରେ, ତୁମ୍ଭ ମୁଖରେ ଓ ତୁମ୍ଭ ହୃଦୟରେ ଅଛି।