13କିଅବା ତାହା ସମୁଦ୍ର ସେପାରିରେ ନାହିଁ ଯେ, ତୁମ୍ଭେ କହିବ, ଆମ୍ଭେମାନେ ଯେପରି ତାହା ପାଳନ କରିବୁ, ଏଥିପାଇଁ କିଏ ଆମ୍ଭମାନଙ୍କ ନିମନ୍ତେ ସମୁଦ୍ର ପାର ହୋଇ ତାହା ଆମ୍ଭମାନଙ୍କ ନିକଟକୁ ଆଣିବ ଓ ଆମ୍ଭମାନଙ୍କୁ ଶୁଣାଇବ?
14ମାତ୍ର ତୁମ୍ଭ ପାଳନାର୍ଥେ ସେ ବାକ୍ୟ ତୁମ୍ଭର ଅତି ନିକଟରେ, ତୁମ୍ଭ ମୁଖରେ ଓ ତୁମ୍ଭ ହୃଦୟରେ ଅଛି।
15ଦେଖ, ଆଜି ମୁଁ ତୁମ୍ଭ ସମ୍ମୁଖରେ ଜୀବନ ଓ ମଙ୍ଗଳ, ପୁଣି ମରଣ ଓ ଅମଙ୍ଗଳ ରଖିଅଛି।
16ଆଜି ମୁଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବାକୁ, ତାହାଙ୍କ ପଥରେ ଚାଲିବାକୁ ଓ ତାହାଙ୍କ ଆଜ୍ଞା, ବିଧି ଓ ଶାସନ ପାଳିବାକୁ ତୁମ୍ଭକୁ ଯେଉଁ ଆଜ୍ଞା ଦେଉଅଛି, ତାହା କଲେ ତୁମ୍ଭେ ବଞ୍ଚିବ ଓ ବର୍ଦ୍ଧିଷ୍ଣୁ ହେବ, ପୁଣି, ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରିବେ।
17ମାତ୍ର ଯଦି ତୁମ୍ଭର ହୃଦୟ ବିମୁଖ ହେବ ଓ ତୁମ୍ଭେ ଶୁଣିବ ନାହିଁ, ମାତ୍ର ଭ୍ରାନ୍ତ ହୋଇ ଅନ୍ୟ ଦେବତାମାନଙ୍କୁ ପ୍ରଣାମ କରିବ ଓ ସେମାନଙ୍କୁ ସେବା କରିବ;