ଦ୍ୱିତୀୟ ବିବରଣ 30

ତେବେ ମୁଁ ଆଜି ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରୁଅଛି ଯେ, ତୁମ୍ଭେମାନେ ନିତାନ୍ତ ବିନଷ୍ଟ ହେବ; ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବା ପାଇଁ ଯର୍ଦ୍ଦନ ପାର ହୋଇ ଯାଉଅଛ, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଦିନ ବଢ଼ାଇବ ନାହିଁ।

Deuteronomy 30:18 (UKJV) I denounce unto you this day, that all of you shall surely perish, and that all of you shall not prolong your days upon the land, where you pass over Jordan to go to possess it.

16ଆଜି ମୁଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବାକୁ, ତାହାଙ୍କ ପଥରେ ଚାଲିବାକୁ ଓ ତାହାଙ୍କ ଆଜ୍ଞା, ବିଧି ଓ ଶାସନ ପାଳିବାକୁ ତୁମ୍ଭକୁ ଯେଉଁ ଆଜ୍ଞା ଦେଉଅଛି, ତାହା କଲେ ତୁମ୍ଭେ ବଞ୍ଚିବ ଓ ବର୍ଦ୍ଧିଷ୍ଣୁ ହେବ, ପୁଣି, ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରିବେ।

17ମାତ୍ର ଯଦି ତୁମ୍ଭର ହୃଦୟ ବିମୁଖ ହେବ ଓ ତୁମ୍ଭେ ଶୁଣିବ ନାହିଁ, ମାତ୍ର ଭ୍ରାନ୍ତ ହୋଇ ଅନ୍ୟ ଦେବତାମାନଙ୍କୁ ପ୍ରଣାମ କରିବ ଓ ସେମାନଙ୍କୁ ସେବା କରିବ;

18ତେବେ ମୁଁ ଆଜି ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରୁଅଛି ଯେ, ତୁମ୍ଭେମାନେ ନିତାନ୍ତ ବିନଷ୍ଟ ହେବ; ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବା ପାଇଁ ଯର୍ଦ୍ଦନ ପାର ହୋଇ ଯାଉଅଛ, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଦିନ ବଢ଼ାଇବ ନାହିଁ।

19ମୁଁ ଆଜି ତୁମ୍ଭମାନଙ୍କ ପ୍ରତିକୂଳରେ ସ୍ୱର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରି କହୁଅଛି ଯେ, ମୁଁ ତୁମ୍ଭ ସମ୍ମୁଖରେ ଜୀବନ ଓ ମରଣ, ଆଶୀର୍ବାଦ ଓ ଅଭିଶାପ ରଖିଅଛି; ଏନିମନ୍ତେ ତୁମ୍ଭେ ଓ ତୁମ୍ଭର ବଂଶ ଯେପରି ବଞ୍ଚିବ, ଏଥିପାଇଁ ଜୀବନ ମନୋନୀତ କର;

20ଅର୍ଥାତ୍‍, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କରିବାକୁ, ତାହାଙ୍କ ରବରେ ଅବଧାନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ହେବାକୁ (ମନୋନୀତ କର); କାରଣ ସେ ତୁମ୍ଭର ଜୀବନ ଓ ଦୀର୍ଘ ପରମାୟୁ ଅଟନ୍ତି; ତାହା କଲେ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ ଓ ଇସ୍‌ହାକଙ୍କୁ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ତହିଁରେ ତୁମ୍ଭେ ବାସ କରି ପାରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.