17ମାତ୍ର ଯଦି ତୁମ୍ଭର ହୃଦୟ ବିମୁଖ ହେବ ଓ ତୁମ୍ଭେ ଶୁଣିବ ନାହିଁ, ମାତ୍ର ଭ୍ରାନ୍ତ ହୋଇ ଅନ୍ୟ ଦେବତାମାନଙ୍କୁ ପ୍ରଣାମ କରିବ ଓ ସେମାନଙ୍କୁ ସେବା କରିବ;
18ତେବେ ମୁଁ ଆଜି ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରୁଅଛି ଯେ, ତୁମ୍ଭେମାନେ ନିତାନ୍ତ ବିନଷ୍ଟ ହେବ; ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବା ପାଇଁ ଯର୍ଦ୍ଦନ ପାର ହୋଇ ଯାଉଅଛ, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଦିନ ବଢ଼ାଇବ ନାହିଁ।
19ମୁଁ ଆଜି ତୁମ୍ଭମାନଙ୍କ ପ୍ରତିକୂଳରେ ସ୍ୱର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରି କହୁଅଛି ଯେ, ମୁଁ ତୁମ୍ଭ ସମ୍ମୁଖରେ ଜୀବନ ଓ ମରଣ, ଆଶୀର୍ବାଦ ଓ ଅଭିଶାପ ରଖିଅଛି; ଏନିମନ୍ତେ ତୁମ୍ଭେ ଓ ତୁମ୍ଭର ବଂଶ ଯେପରି ବଞ୍ଚିବ, ଏଥିପାଇଁ ଜୀବନ ମନୋନୀତ କର;
20ଅର୍ଥାତ୍, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କରିବାକୁ, ତାହାଙ୍କ ରବରେ ଅବଧାନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ହେବାକୁ (ମନୋନୀତ କର); କାରଣ ସେ ତୁମ୍ଭର ଜୀବନ ଓ ଦୀର୍ଘ ପରମାୟୁ ଅଟନ୍ତି; ତାହା କଲେ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ ଓ ଇସ୍ହାକଙ୍କୁ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ତହିଁରେ ତୁମ୍ଭେ ବାସ କରି ପାରିବ।