ଦ୍ୱିତୀୟ ବିବରଣ 30

ଆଉ ତୁମ୍ଭେ ଓ ତୁମ୍ଭ ସନ୍ତାନଗଣ ଯେବେ ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟକୁ ଫେରି ଆସିବ ଓ ଆଜି ମୁଁ ତୁମ୍ଭମାନଙ୍କୁ ଯେଉଁସବୁ ଆଜ୍ଞା ଦେଉଅଛି, ତଦନୁସାରେ ଯେବେ ତାହାଙ୍କ ରବରେ ଅବଧାନ କରିବ;

Deuteronomy 30:2 (UKJV) And shall return unto the LORD your God, and shall obey his voice according to all that I command you this day, you and your children, with all yours heart, and with all your soul;

1ମୁଁ ତୁମ୍ଭ ସମ୍ମୁଖରେ ଏହି ଯେଉଁ ଆଶୀର୍ବାଦ ଓ ଅଭିଶାପ ଥୋଇଲି, ସେହି ସବୁ ଯେତେବେଳେ ତୁମ୍ଭ ପ୍ରତି ଘଟିବ, ସେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟକୁ ତୁମ୍ଭକୁ ତଡ଼ି ଦେଇଅଛନ୍ତି, ସେମାନଙ୍କ ମଧ୍ୟରେ ଥାଇ ଯେବେ ତୁମ୍ଭେ ସେହି ସବୁ ସ୍ମରଣ କରିବ;

2ଆଉ ତୁମ୍ଭେ ଓ ତୁମ୍ଭ ସନ୍ତାନଗଣ ଯେବେ ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟକୁ ଫେରି ଆସିବ ଓ ଆଜି ମୁଁ ତୁମ୍ଭମାନଙ୍କୁ ଯେଉଁସବୁ ଆଜ୍ଞା ଦେଉଅଛି, ତଦନୁସାରେ ଯେବେ ତାହାଙ୍କ ରବରେ ଅବଧାନ କରିବ;

3ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ବନ୍ଦୀତ୍ୱ ଫେରାଇବେ, ତୁମ୍ଭକୁ କରୁଣା କରିବେ ଓ ଫେରିଆସି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛନ୍ତି, ତହିଁ ମଧ୍ୟରୁ ତୁମ୍ଭକୁ ସଂଗ୍ରହ କରିବେ।

4ଯଦି ତୁମ୍ଭର ଦୂରୀକୃତ ଲୋକମାନଙ୍କ ମଧ୍ୟରୁ କେହି ଆକାଶମଣ୍ଡଳର ପ୍ରାନ୍ତସୀମାରେ ଥାଏ, ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେଠାରୁ ମଧ୍ୟ ତୁମ୍ଭକୁ ସଂଗ୍ରହ କରିବେ ଓ ସେଠାରୁ ତୁମ୍ଭକୁ ନେଇ ଆସିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.