5ପୁଣି ତୁମ୍ଭ ପୂର୍ବପୁରୁଷମାନେ ଯେଉଁ ଦେଶ ଅଧିକାର କରିଥିଲେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେହି ଦେଶକୁ ତୁମ୍ଭକୁ ଆଣିବେ ଓ ତୁମ୍ଭେ ତାହା ଅଧିକାର କରିବ; ଆଉ ସେ ତୁମ୍ଭର ମଙ୍ଗଳ କରି ତୁମ୍ଭ ପୂର୍ବପୁରୁଷମାନଙ୍କ ଅପେକ୍ଷା ତୁମ୍ଭର ସଂଖ୍ୟା ଅଧିକ ବୃଦ୍ଧି କରିବେ।
6ପୁଣି, ତୁମ୍ଭେ ଯେପରି ଆପଣାର ସମସ୍ତ ହୃଦୟ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ, ଏଥିପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ହୃଦୟ ଓ ତୁମ୍ଭ ବଂଶର ହୃଦୟ ସୁନ୍ନତ କରିବେ, ତହିଁରେ ତୁମ୍ଭେ ବଞ୍ଚିବ।
7ଆଉ ଯେଉଁମାନେ ତୁମ୍ଭକୁ ତାଡ଼ନା କଲେ, ତୁମ୍ଭର ସେହି ଶତ୍ରୁ ଓ ଘୃଣାକାରୀମାନଙ୍କ ଉପରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହିସବୁ ଅଭିଶାପ ବର୍ତ୍ତାଇବେ।
8ଆଉ ତୁମ୍ଭେ ଫେରିଆସି ସଦାପ୍ରଭୁଙ୍କ ରବରେ ଅବଧାନ କରିବ ଓ ମୁଁ ଆଜି ତାହାଙ୍କର ଯେଉଁ ସମସ୍ତ ଆଜ୍ଞା ତୁମ୍ଭକୁ ଆଦେଶ କରୁଅଛି, ତାହାସବୁ ପାଳନ କରିବ।
9ଯେବେ ତୁମ୍ଭେ ଏହି ବ୍ୟବସ୍ଥା-ପୁସ୍ତକରେ ଲିଖିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଜ୍ଞା ଓ ବିଧିସବୁ ମାନିବାକୁ ତାହାଙ୍କ ରବରେ ଅବଧାନ କରିବ; ଯେବେ ତୁମ୍ଭେ ଆପଣା ସମସ୍ତ ହୃଦୟ ଓ ଆପଣା ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ଫେରିବ;