7ଆଉ ଯେଉଁମାନେ ତୁମ୍ଭକୁ ତାଡ଼ନା କଲେ, ତୁମ୍ଭର ସେହି ଶତ୍ରୁ ଓ ଘୃଣାକାରୀମାନଙ୍କ ଉପରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହିସବୁ ଅଭିଶାପ ବର୍ତ୍ତାଇବେ।
8ଆଉ ତୁମ୍ଭେ ଫେରିଆସି ସଦାପ୍ରଭୁଙ୍କ ରବରେ ଅବଧାନ କରିବ ଓ ମୁଁ ଆଜି ତାହାଙ୍କର ଯେଉଁ ସମସ୍ତ ଆଜ୍ଞା ତୁମ୍ଭକୁ ଆଦେଶ କରୁଅଛି, ତାହାସବୁ ପାଳନ କରିବ।
9ଯେବେ ତୁମ୍ଭେ ଏହି ବ୍ୟବସ୍ଥା-ପୁସ୍ତକରେ ଲିଖିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଜ୍ଞା ଓ ବିଧିସବୁ ମାନିବାକୁ ତାହାଙ୍କ ରବରେ ଅବଧାନ କରିବ; ଯେବେ ତୁମ୍ଭେ ଆପଣା ସମସ୍ତ ହୃଦୟ ଓ ଆପଣା ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ଫେରିବ;
10ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ମଙ୍ଗଳାର୍ଥେ ତୁମ୍ଭ ହସ୍ତକୃତ କର୍ମରେ, ତୁମ୍ଭକୁ ସନ୍ତାନ ଦେଇ, ତୁମ୍ଭ ପଶୁଫଳରେ ଓ ତୁମ୍ଭ ଭୂମିର ଫଳରେ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ ଯେହେତୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କଠାରେ ଯେପରି ଆନନ୍ଦ କରିଥିଲେ, ସେପରି ତୁମ୍ଭ ମଙ୍ଗଳାର୍ଥେ ସେ ପୁନର୍ବାର ତୁମ୍ଭଠାରେ ଆନନ୍ଦ କରିବେ।
11ଆଜି ମୁଁ ତୁମ୍ଭକୁ ଯେଉଁ ଆଜ୍ଞା ଦେଉଅଛି, ତାହା ଅତିରିକ୍ତ କଠିନ ନୁହେଁ କିଅବା ଦୂରବର୍ତ୍ତୀ ନୁହେଁ।