1ଏଥିଉତ୍ତାରେ ମୋଶା ଯାଇ ସମୁଦାୟ ଇସ୍ରାଏଲକୁ ଏହି କଥା କହିଲେ।
2ପୁଣି ସେ ସେମାନଙ୍କୁ କହିଲେ, “ଆଜି ମୋହର ବୟସ ଶହେ କୋଡ଼ିଏ ବର୍ଷ; ମୁଁ ଆଉ ବାହାରେ ଭିତରେ ଯାଇ ଆସି ପାରୁ ନାହିଁ, ଆଉ ସଦାପ୍ରଭୁ ମୋତେ କହିଅଛନ୍ତି, ‘ତୁମ୍ଭେ ଏହି ଯର୍ଦ୍ଦନ ପାର ହୋଇଯିବ ନାହିଁ।’
3ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ଆପେ ତୁମ୍ଭର ଅଗ୍ରଗାମୀ ହୋଇପାର ହୋଇଯିବେ; ସେ ତୁମ୍ଭ ସମ୍ମୁଖରୁ ଏହି ଗୋଷ୍ଠୀୟ ଲୋକମାନଙ୍କୁ ନାଶ କରିବେ ଓ ତୁମ୍ଭେ ସେମାନଙ୍କୁ ଅଧିକାର କରିବ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଯିହୋଶୂୟ ତୁମ୍ଭର ଅଗ୍ରଗାମୀ ହୋଇପାର ହେବେ।
4ପୁଣି ସଦାପ୍ରଭୁ ଇମୋରୀୟମାନଙ୍କ ସୀହୋନ ଓ ଓଗ୍ ନାମକ ରାଜାମାନଙ୍କୁ ନାଶ କରି ସେମାନଙ୍କ ପ୍ରତି ଓ ସେମାନଙ୍କ ଦେଶ ପ୍ରତି ଯେରୂପ କଲେ, ଏମାନଙ୍କ ପ୍ରତି ସେରୂପ କରିବେ।