ଦ୍ୱିତୀୟ ବିବରଣ 31

କାରଣ ଆମ୍ଭେ ଯେଉଁ ଦେଶ ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଅଛୁ, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଗଲା ଉତ୍ତାରେ ଯେତେବେଳେ ସେମାନେ ଭୋଜନ କରି ତୃପ୍ତ ଓ ହୃଷ୍ଟପୁଷ୍ଟ ହେବେ, ସେତେବେଳେ ସେମାନେ ଅନ୍ୟ ଦେବତାମାନଙ୍କ ପ୍ରତି ଫେରି ସେମାନଙ୍କ ସେବା କରିବେ ଓ ଆମ୍ଭଙ୍କୁ ଅଗ୍ରାହ୍ୟ କରି ଆମ୍ଭ ନିୟମ ଲଙ୍ଘନ କରିବେ।

Deuteronomy 31:20 (UKJV) For when I shall have brought them into the land which I swore unto their fathers, that flows with milk and honey; and they shall have eaten and filled themselves, and becoming fat; then will they turn unto other gods, and serve them, and provoke me, and break my covenant.

18ମାତ୍ର ସେମାନେ ଅନ୍ୟ ଦେବତାଗଣ ପ୍ରତି ଫେରି ଯେଉଁ ଯେଉଁ କୁକର୍ମ କରିବେ, ତହିଁ ନିମନ୍ତେ ସେହି ସମୟରେ ଆମ୍ଭେ ଅବଶ୍ୟ ସେମାନଙ୍କଠାରୁ ଆପଣା ମୁଖ ଢାଙ୍କିବା।

19ଏଣୁ ଏବେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଏହି ଗୀତ ଲେଖ ଓ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ତାହା ଶିଖାଅ; ଆଉ ଏହି ଗୀତ ଯେପରି ଇସ୍ରାଏଲ-ସନ୍ତାନଗଣର ପ୍ରତିକୂଳରେ ଆମ୍ଭର ସାକ୍ଷୀ ହେବ, ଏଥିପାଇଁ ତାହା ସେମାନଙ୍କୁ ମୁଖସ୍ଥ କରାଅ।

20କାରଣ ଆମ୍ଭେ ଯେଉଁ ଦେଶ ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଅଛୁ, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଗଲା ଉତ୍ତାରେ ଯେତେବେଳେ ସେମାନେ ଭୋଜନ କରି ତୃପ୍ତ ଓ ହୃଷ୍ଟପୁଷ୍ଟ ହେବେ, ସେତେବେଳେ ସେମାନେ ଅନ୍ୟ ଦେବତାମାନଙ୍କ ପ୍ରତି ଫେରି ସେମାନଙ୍କ ସେବା କରିବେ ଓ ଆମ୍ଭଙ୍କୁ ଅଗ୍ରାହ୍ୟ କରି ଆମ୍ଭ ନିୟମ ଲଙ୍ଘନ କରିବେ।

21ତହିଁରେ ଯେତେବେଳେ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ, ସେତେବେଳେ ଏହି ଗୀତ ସାକ୍ଷୀ ସ୍ୱରୂପ ହୋଇ ସେମାନଙ୍କ ସମ୍ମୁଖରେ ସାକ୍ଷ୍ୟ ଦେବ; ଯେହେତୁ ସେମାନଙ୍କ ବଂଶର ମୁଖରୁ ଏହି ଗୀତ ବିସ୍ମୃତ ହେବ ନାହିଁ; ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ସେହି ଦେଶକୁ ସେମାନଙ୍କୁ ଆଣିବା ପୂର୍ବେ ଏବେ ମଧ୍ୟ ସେମାନେ ଯେଉଁ କଳ୍ପନା କରୁଅଛନ୍ତି, ତାହା ଆମ୍ଭେ ଜାଣୁ।”

22ଏଣୁ ମୋଶା ସେହି ଦିନ ଏହି ଗୀତ ଲେଖି ଇସ୍ରାଏଲ-ସନ୍ତାନଗଣକୁ ଶିଖାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.