24ଏଥିଉତ୍ତାରେ ମୋଶା ସମାପ୍ତି ପର୍ଯ୍ୟନ୍ତ ଏହି ବ୍ୟବସ୍ଥାର ସକଳ ବାକ୍ୟ ପୁସ୍ତକରେ ଲେଖି ସାରିଲା ଉତ୍ତାରେ
25ମୋଶା ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହକ ଲେବୀୟମାନଙ୍କୁ ଆଜ୍ଞା ଦେଇ କହିଲେ,
26“ତୁମ୍ଭେମାନେ ଏହି ବ୍ୟବସ୍ଥା-ପୁସ୍ତକ ନେଇ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ପାଖରେ ରଖ; ତାହା ସେହି ସ୍ଥାନରେ ତୁମ୍ଭ ପ୍ରତିକୂଳରେ ସାକ୍ଷୀ ସ୍ୱରୂପ ହୋଇ ରହିବ।
27ଯେହେତୁ ମୁଁ ତୁମ୍ଭର ବିଦ୍ରୋହିତା ଓ ଶକ୍ତଗ୍ରୀବତା ଜାଣେ; ଦେଖ, ଆଜି ମୁଁ ତୁମ୍ଭମାନଙ୍କ ମଧ୍ୟରେ ବଞ୍ଚି ଥାଉ ଥାଉ ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହେଉଅଛ, ପୁଣି ମୋʼ ମରଣ ଉତ୍ତାରେ ଆଉ କେତେ ଅଧିକ ନ ହେବ?
28ତୁମ୍ଭେମାନେ ଆପଣା ଆପଣା ବଂଶର ପ୍ରାଚୀନବର୍ଗଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ମୋʼ ନିକଟରେ ଏକତ୍ର କର; ମୁଁ ସେମାନଙ୍କ କର୍ଣ୍ଣଗୋଚରରେ ଏହିସବୁ କଥା କହି ସେମାନଙ୍କ ପ୍ରତିକୂଳରେ ସ୍ୱର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରିବି।