25ମୋଶା ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହକ ଲେବୀୟମାନଙ୍କୁ ଆଜ୍ଞା ଦେଇ କହିଲେ,
26“ତୁମ୍ଭେମାନେ ଏହି ବ୍ୟବସ୍ଥା-ପୁସ୍ତକ ନେଇ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ପାଖରେ ରଖ; ତାହା ସେହି ସ୍ଥାନରେ ତୁମ୍ଭ ପ୍ରତିକୂଳରେ ସାକ୍ଷୀ ସ୍ୱରୂପ ହୋଇ ରହିବ।
27ଯେହେତୁ ମୁଁ ତୁମ୍ଭର ବିଦ୍ରୋହିତା ଓ ଶକ୍ତଗ୍ରୀବତା ଜାଣେ; ଦେଖ, ଆଜି ମୁଁ ତୁମ୍ଭମାନଙ୍କ ମଧ୍ୟରେ ବଞ୍ଚି ଥାଉ ଥାଉ ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହେଉଅଛ, ପୁଣି ମୋʼ ମରଣ ଉତ୍ତାରେ ଆଉ କେତେ ଅଧିକ ନ ହେବ?
28ତୁମ୍ଭେମାନେ ଆପଣା ଆପଣା ବଂଶର ପ୍ରାଚୀନବର୍ଗଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ମୋʼ ନିକଟରେ ଏକତ୍ର କର; ମୁଁ ସେମାନଙ୍କ କର୍ଣ୍ଣଗୋଚରରେ ଏହିସବୁ କଥା କହି ସେମାନଙ୍କ ପ୍ରତିକୂଳରେ ସ୍ୱର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରିବି।
29ଯେହେତୁ ମୋʼ ମରଣ ଉତ୍ତାରେ ତୁମ୍ଭେମାନେ ନିତାନ୍ତ ଭ୍ରଷ୍ଟ ହୋଇ ମୋହର ଆଜ୍ଞା-ପଥରୁ ବିମୁଖ ହେବ, ଏହା ମୁଁ ଜାଣେ ତୁମ୍ଭେମାନେ ଆପଣାମାନଙ୍କ ହସ୍ତକୃତ କର୍ମ ଦ୍ୱାରା ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ସାକ୍ଷାତରେ ଦୁଷ୍କର୍ମ କରିବ, ତହିଁ ସକାଶୁ ଶେଷ କାଳରେ ତୁମ୍ଭମାନଙ୍କ ପ୍ରତି ଅମଙ୍ଗଳ ଘଟିବ।”