ଦ୍ୱିତୀୟ ବିବରଣ 31

ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ଆପେ ତୁମ୍ଭର ଅଗ୍ରଗାମୀ ହୋଇପାର ହୋଇଯିବେ; ସେ ତୁମ୍ଭ ସମ୍ମୁଖରୁ ଏହି ଗୋଷ୍ଠୀୟ ଲୋକମାନଙ୍କୁ ନାଶ କରିବେ ଓ ତୁମ୍ଭେ ସେମାନଙ୍କୁ ଅଧିକାର କରିବ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଯିହୋଶୂୟ ତୁମ୍ଭର ଅଗ୍ରଗାମୀ ହୋଇପାର ହେବେ।

Deuteronomy 31:3 (UKJV) The LORD your God, he will go over before you, and he will destroy these nations from before you, and you shall possess them: and Joshua, he shall go over before you, as the LORD has said.

1ଏଥିଉତ୍ତାରେ ମୋଶା ଯାଇ ସମୁଦାୟ ଇସ୍ରାଏଲକୁ ଏହି କଥା କହିଲେ।

2ପୁଣି ସେ ସେମାନଙ୍କୁ କହିଲେ, “ଆଜି ମୋହର ବୟସ ଶହେ କୋଡ଼ିଏ ବର୍ଷ; ମୁଁ ଆଉ ବାହାରେ ଭିତରେ ଯାଇ ଆସି ପାରୁ ନାହିଁ, ଆଉ ସଦାପ୍ରଭୁ ମୋତେ କହିଅଛନ୍ତି, ‘ତୁମ୍ଭେ ଏହି ଯର୍ଦ୍ଦନ ପାର ହୋଇଯିବ ନାହିଁ।’

3ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ଆପେ ତୁମ୍ଭର ଅଗ୍ରଗାମୀ ହୋଇପାର ହୋଇଯିବେ; ସେ ତୁମ୍ଭ ସମ୍ମୁଖରୁ ଏହି ଗୋଷ୍ଠୀୟ ଲୋକମାନଙ୍କୁ ନାଶ କରିବେ ଓ ତୁମ୍ଭେ ସେମାନଙ୍କୁ ଅଧିକାର କରିବ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଯିହୋଶୂୟ ତୁମ୍ଭର ଅଗ୍ରଗାମୀ ହୋଇପାର ହେବେ।

4ପୁଣି ସଦାପ୍ରଭୁ ଇମୋରୀୟମାନଙ୍କ ସୀହୋନ ଓ ଓଗ୍‍ ନାମକ ରାଜାମାନଙ୍କୁ ନାଶ କରି ସେମାନଙ୍କ ପ୍ରତି ଓ ସେମାନଙ୍କ ଦେଶ ପ୍ରତି ଯେରୂପ କଲେ, ଏମାନଙ୍କ ପ୍ରତି ସେରୂପ କରିବେ।

5ପୁଣି, ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ, ତହିଁରେ ମୁଁ ଯେଉଁସବୁ ଆଜ୍ଞା ତୁମ୍ଭମାନଙ୍କୁ ଆଦେଶ କରିଅଛି, ତଦନୁସାରେ ତୁମ୍ଭେମାନେ ସେମାନଙ୍କ ପ୍ରତି କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.