ଦ୍ୱିତୀୟ ବିବରଣ 31

ପୁଣି, ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ, ତହିଁରେ ମୁଁ ଯେଉଁସବୁ ଆଜ୍ଞା ତୁମ୍ଭମାନଙ୍କୁ ଆଦେଶ କରିଅଛି, ତଦନୁସାରେ ତୁମ୍ଭେମାନେ ସେମାନଙ୍କ ପ୍ରତି କରିବ।

Deuteronomy 31:5 (UKJV) And the LORD shall give them up before your face, that all of you may do unto them according unto all the commandments which I have commanded you.

3ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ଆପେ ତୁମ୍ଭର ଅଗ୍ରଗାମୀ ହୋଇପାର ହୋଇଯିବେ; ସେ ତୁମ୍ଭ ସମ୍ମୁଖରୁ ଏହି ଗୋଷ୍ଠୀୟ ଲୋକମାନଙ୍କୁ ନାଶ କରିବେ ଓ ତୁମ୍ଭେ ସେମାନଙ୍କୁ ଅଧିକାର କରିବ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଯିହୋଶୂୟ ତୁମ୍ଭର ଅଗ୍ରଗାମୀ ହୋଇପାର ହେବେ।

4ପୁଣି ସଦାପ୍ରଭୁ ଇମୋରୀୟମାନଙ୍କ ସୀହୋନ ଓ ଓଗ୍‍ ନାମକ ରାଜାମାନଙ୍କୁ ନାଶ କରି ସେମାନଙ୍କ ପ୍ରତି ଓ ସେମାନଙ୍କ ଦେଶ ପ୍ରତି ଯେରୂପ କଲେ, ଏମାନଙ୍କ ପ୍ରତି ସେରୂପ କରିବେ।

5ପୁଣି, ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ, ତହିଁରେ ମୁଁ ଯେଉଁସବୁ ଆଜ୍ଞା ତୁମ୍ଭମାନଙ୍କୁ ଆଦେଶ କରିଅଛି, ତଦନୁସାରେ ତୁମ୍ଭେମାନେ ସେମାନଙ୍କ ପ୍ରତି କରିବ।

6ବଳବାନ ଓ ସାହସିକ ହୁଅ, ଭୟ କର ନାହିଁ, କିଅବା ସେମାନଙ୍କ ସକାଶୁ ଭୟଯୁକ୍ତ ହୁଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଆପେ ତୁମ୍ଭ ସଙ୍ଗେ ଗମନ କରୁଅଛନ୍ତି, ସେ ତୁମ୍ଭ ପ୍ରତି ହତାଶ ହେବେ ନାହିଁ, କିଅବା ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ।”

7ଏଥିରେ ମୋଶା ଯିହୋଶୂୟଙ୍କୁ ଡାକି ସମୁଦାୟ ଇସ୍ରାଏଲଙ୍କ ସାକ୍ଷାତରେ ତାଙ୍କୁ କହିଲେ, “ବଳବାନ ଓ ସାହସିକ ହୁଅ; ଯେହେତୁ ସଦାପ୍ରଭୁ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲେ, ସେହି ଦେଶକୁ ତୁମ୍ଭେ ଏହି ଲୋକଙ୍କ ସହିତ ଯିବ; ଆଉ ତୁମ୍ଭେ ସେମାନଙ୍କୁ ତାହା ଅଧିକାର କରାଇବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.